Report Card Odisha

| Daily Odia News

୨୪ ଘଣ୍ଟା ମଧ୍ୟରେ ଘଡ଼ିଘଡ଼ି ସହ ବର୍ଷା ସମ୍ଭାବନା……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ିଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି । ଦକ୍ଷିଣ ଉପକୂଳ ଓଡ଼ିଶାରେ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା ଜିଲ୍ଲାରେ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେହିପରି ୨୪ ଘଣ୍ଟା ପରେ ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କନ୍ଧମାଳ, ଗଜପତି, ଗଞ୍ଜାମ ଜିଲ୍ଲାର କେତେକ ସ୍ଥାନରେ ମଧ୍ୟ ବର୍ଷା ସ୍ଥିତି ଦେଖାଦେବ । ଏଭଳି ମଧ୍ୟମ ଧରଣର ବର୍ଷା ପାଗ ରାଜ୍ୟରେ ଆସନ୍ତା ୧୮ ଯାଏଁ ଜାରି ରହିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ଗତ ୨୪ ଘଣ୍ଟାରେ ସୋନପୁର ଜିଲ୍ଲାରେ ସର୍ବାଧିକ ୪୪.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ବାରିପଦା, ଝାରସୁଗୁଡା, ବଲାଙ୍ଗିର, ବୌଦ୍ଧରେ ୪୦ ଡିଗ୍ରୀ ଉପରେ ତାପମାତ୍ରା ରେକର୍ଡ ହୋଇଛି । ତେବେ ଆସନ୍ତା ୫ ଦିନରେ ଆଭ୍ୟନ୍ତରୀଣ ଜିଲ୍ଲାରେ ୪୦ ରୁ ଅଧିକ ତଥା ସ୍ୱାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ଅଧିକ ରହିବାର ସମ୍ଭାବନା ରହିଛି । ସେହିପରି ଗତ ୨୪ ଘଣ୍ଟାରେ ତାପମାତ୍ରା ଭୁବନେଶ୍ୱରରେ ୩୮.୭ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଛି।.

Breaking News