ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୭ ଓ ସ୍ଥାନୀୟ ଅଞ୍ଚଳରୁ ୩ ଜଣ ଚିହ୍ନଟ ହୋଇଛନ୍ତି । ଆଜି ୧୮ ବର୍ଷରୁ କମ୍ ବୟସର ୨ ଜଣ ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୯୨୨ରେ ପହଞ୍ଚିଛି । ସେହିପରି ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୬୪୧ ରହିଥିବା ବେଳେ ୧୦୫ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ସମ୍ବଲପୁରର ଜିଲ୍ଲାରୁ ସର୍ବାଧିକ ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।






More Stories
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !….
ଏ.ସି.ଏଫ୍. ସୌମ୍ୟରଂଜନ ମୃତ୍ୟୁ ମାମଲା: ରୋଷେୟା ଗିରଫ….