ରିପୋର୍ଟ କାର୍ଡ / ମାହାଙ୍ଗା
ମାହାଙ୍ଗା କୁସୁପୁର ଗଣହତ୍ୟା ମାମଲାର ଅଭିଯୁକ୍ତ ଶିବ ସାହୁର ରିମାଣ୍ଡ ଅବଧି ଶେଷ ହେବ ପରେ ସାଲେପୁର ଜେଏମଏଫସି କୋର୍ଟରେ ହାଜର କରିଛି ପୋଲିସ । ଆଜି ରବିବାର ଛୁଟି ଥିବାରୁ ଜେଏମ୍ ଏଫସିଙ୍କ ବାସଭବନରେ ଅଭିଯୁକ୍ତ ଶିବ ସାହୁକୁ ହାଜର କରାଯାଇଛି । ତେବେ କୋର୍ଟରେ ହାଜର ପୂର୍ବରୁ ଅଭିଯୁକ୍ତ ଶିବ ସାହୁର ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି । ଅଭିଯୁକ୍ତ ଶିବ ସାହୁକୁ ୩ ଦିନର ରିମାଣ୍ଡରେ ନେଇଥିଲା ମାହାଙ୍ଗା ପୋଲିସ । ରିମାଣ୍ଡ ସମୟରେ ଅଭିଯୁକ୍ତ ଶିବଠାରୁ ଅନେକ ତଥ୍ୟ ଓଗାଳିଛି ପୋଲିସ । ଏଥିସହିତ ଅଭିଯୁକ୍ତ ଶିବକୁ କ୍ରାଇମ ସ୍ପଟକୁ ନେଇ କ୍ରାଇମ ସିନ୍ ରିକ୍ରିଏସନ କରିଥିଲା ପୋଲିସ । ପାରିବାରିକ କଳହ ଏବଂ ଜମିଜମା ବିବାଦ କରାଣରୁ ବଡଭାଇ ପରିବାରର ୫ ଜଣଙ୍କ ହତ୍ୟା କରିଥିଲା ଅଭିଯୁକ୍ତ ଶିବ ସାହୁ । ସେ ଏକା ସମସ୍ତଙ୍କୁ ହତ୍ୟା କରିଥିବା ପୋଲିସ ଆଗରେ ସ୍ବୀକାର କରିଥିଲା । କିନ୍ତୁ ମୃତ ଅଲେଖ ସାହୁଙ୍କ ଶ୍ବଶୁର ଘର ଲୋକ ପୋଲିସର ତଦନ୍ତରେ ସନ୍ତୁଷ୍ଟ ନଥିବା କହିଛନ୍ତି । ସେପଟେ ମା ମାମଲାର ତଦନ୍ତ ଚାଲିଥିବା ବେଳେ ଆବଶ୍ୟକ ହେଲେ ଅଭିଯୁକ୍ତଙ୍କୁ ଅଧିକ ରିମାଣ୍ଡରେ ନେଇପାରେ ବୋଲି ମାହାଙ୍ଗା ଥାନା ଅଧିକାରୀ କହିଛନ୍ତି।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..