ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ୧୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୮ ଓ ସ୍ଥାନୀୟ ଅଞ୍ଚଳରୁ ୫ ଜଣ ଚିହ୍ନଟ ହୋଇଛନ୍ତି । ଆଜି ୧୮ ବର୍ଷରୁ କମ୍ ବୟସର ୨ ଜଣ ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୯୩୫ରେ ପହଞ୍ଚିଛି । ସେହିପରି ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୬୫୨ ରହିଥିବା ବେଳେ ୧୦୭ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ଖୋର୍ଦ୍ଧା ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ସର୍ବାଧିକ ୨ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।






More Stories
କେହି କଲେନି ନାମାଙ୍କନ ପ୍ରତ୍ୟାହାର…..
୩ ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ଭାଜପା…..
ଆଜିଠୁ ବଜେଟ୍ ଅଧିବେଶନର ୨ୟ ପର୍ଯ୍ୟାୟ….