ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୫୧ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ଜଣେ, ବଲାଙ୍ଗୀରରୁ ଜଣେ, କେନ୍ଦ୍ରାପଡ଼ା ୩, ଖୋର୍ଦ୍ଧା ୪, ରାୟଗଡ଼ା ୨, ସମ୍ବଲପୁର ୧, ସୁନ୍ଦରଗଡ଼ ୩ଜଣ, ଷ୍ଟେଟ ପୁଲ୍ରୁ ଜଣେ ରହିଛନ୍ତି ।
More Stories
ମାନ୍ନାପୁରମ୍ ରୁ ଲୁଟ୍ ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ…..
ତୁମ ବାପା ମୋ ସହ କାମ କରିଛନ୍ତି,ଚୁପ୍ ହୋଇ ନିଜ ଜାଗାରେ ବସ….
କୁଆଖାଇ ନଦୀରେ ବୁଡି ୨ ଛାତ୍ରଙ୍କ ମୃତ୍ୟୁ…..