ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୫୯ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ଜଣେ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ରହିଛନ୍ତି ।






More Stories
୨୩ ରୁ ହାଇକୋର୍ଟ ବନ୍ଦ…..
ମୁଖ୍ୟମନ୍ତ୍ରୀ ଜାରି କଲେ ୮ସୂତ୍ରୀ ମାର୍ଗଦର୍ଶିକା…..
ବେଆଇନ ନିଯୁକ୍ତି ନେଇ ତାଗିଦ…..