ରିପୋର୍ଟ କାର୍ଡ /କଟକ
କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ୍। ଜୁନ ୧୨ ତାରିଖରେ ଦୁଇ ଦେଶ ମଧ୍ୟରେ ଖେଳାଯିବ ଟି-୨୦। ଏ ନେଇ ଶୁକ୍ରବାର ସୂଚନା ଦେଇଛନ୍ତି ଓସିଏ ସଂପାଦକ ସଞ୍ଜୟ ବେହେରା। କରୋନା ମହାମାରୀ କାରଣରୁ ବାରବାଟୀ ଷ୍ଟାଡିୟମରେ ଭାରତ ଏବଂ ଓ୍ଵେଷ୍ଟଇଣ୍ଡି ଟି-୨୦ ମ୍ୟାଚ୍ ଖେଳାଯାଇ ପାରିନଥିଲା। ଏହା ପରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ ପାଇଁ ବିସିସିଆଇ ଆୟୋଜନସ୍ଥଳ ଘୋଷଣା କରିଛି। ଏଥିରୁ ଗୋଟିଏ ମ୍ୟାଚ୍ କଟକର ବାରବାଟୀରେ ଖେଳାଯିବ। ତେବେ ଆଜି ମ୍ୟାଚ୍ ଆୟୋଜନର ତାରିଖ ଘୋଷଣା କରାଯାଇଛି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ସିରିଜ୍ ଆଇପିଏଲ ୨୦୨୨ ପରେ ଜୁନରେ ଖେଳାଯିବ। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ୍ର ଟି-୨୦ ସିରିଜ୍ ପାଞ୍ଚଟି ସ୍ଥାନରେ ଖେଳାଯିବ। ଟି-୨୦ ସିରିଜ୍ କଟକ, ବିଶାଖାପଟ୍ଟନମ, ଦିଲ୍ଲୀ, ରାଜକୋଟ ଏବଂ ଚେନ୍ନାଇରେ ଖେଳାଯିବ। ସୂଚନାଯୋଗ୍ୟ, ବାରବାଟୀରେ ଫେବୃଆରୀ ୧୫ରେ ଭାରତ ଓ ଓ୍ଵେଷ୍ଟଇଣ୍ଡିଜ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ର ପ୍ରଥମ ମ୍ୟାଚ୍ ଖେଳାଯିବାର କାର୍ଯ୍ୟକ୍ରମ ଥିଲା। ତେବେ କରୋନା ଭାଇରସ୍ର ପ୍ରକୋପକୁ ଦୃଷ୍ଟିରେ ରଖି ବିସିସିଆଇ କ୍ରୀଡାସୂଚୀରେ କାଣ୍ଟଛାଣ୍ଟ କରିଥିଲା। ଦିନିକିଆ ଏବଂ ଟି-୨୦ ସିରିଜ୍ ଦୁଇଟି ସହର ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଏବଂ ଟି-୨୦ ସିରିଜ୍ କୋଲକାତାର ଇଡେନ ଗାର୍ଡେନ ଷ୍ଟାଡିୟମରେ ଖେଳାଯାଇଛି।
More Stories
ଭୁବନେଶ୍ୱରରେ ୨୪ ଘଣ୍ଟା ବନ୍ଦ ରହିବ ପାନୀୟ ଜଳ ଯୋଗାଣ….
୨୨ରେ ଲଘୁଚାପ କ୍ଷେତ୍ର ସୃଷ୍ଟି…..
ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ପାଇଁ କଟକଣା, ହବିଷ୍ୟାଳିଙ୍କ ଆନ୍ଦୋଳନ…..