ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ଏମ୍ସ ହସ୍ପିଟାଲର ଆଡମିନିଷ୍ଟ୍ରେଟର ପ୍ରବୀଣ ପାଠକଙ୍କୁ ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଛନ୍ତି। ଫଳରେ ତାଙ୍କ ମୁଣ୍ଡରେ ଶକ୍ତ ଆଘାତ ଲାଗିଛି। ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାନୁଯାୟୀ, ପ୍ରବୀଣ କୁମାର ତମାଣ୍ଡୋ ଦେଇ ଫେରିବା ବେଳେ ଏକାଧିକ ଦୁର୍ବୃତ୍ତମାନେ ତାଙ୍କ ଉପରକୁ ଆକ୍ରମଣ କରିଥିଲେ। ଏହାପରେ ତାଙ୍କର ସୁନା ଚେନ୍ ଛଡ଼ାଇ ଦେଇ ଫେରାର୍ ହୋଇଯାଇଛନ୍ତି। ଚୋରି ଉଦ୍ଦେଶ୍ୟରେ ଏହି ଆକ୍ରମଣ ହୋଇଥିବା ଅନୁମାନ କରାଯାଉଛି। ପୋଲିସ ଏନେଇ ଅଧିକ ତଦନ୍ତ କରୁଛି।






More Stories
ତୈଳ କମ୍ପାନୀମାନଙ୍କ ସହ ଯୋଗାଣ ମନ୍ତ୍ରୀଙ୍କ ବୈଠକ…..
ପଶ୍ଚିମବଙ୍ଗରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…..
ରିଲ୍ସ ନିଶାରେ ନଦୀକୁ ଡେଇଁଲେ ଯୁବକ…..