Report Card Odisha

| Daily Odia News

ନବନିର୍ବାଚିତ ମେୟର ଓ ପୌରାଧକ୍ଷମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜି ଲୋକସେବା ଭବନରେ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବନିର୍ବାଚିତ ମେୟର ଓ ପୌରାଧକ୍ଷମାନଙ୍କୁ ଭେଟିଛନ୍ତି। ଲୋକସେବା ଭବନରେ ନବନିର୍ବାଚିତ ମେୟର ଓ ପୌରାଧକ୍ଷ ମାନଙ୍କ ପାଇଁ ଆୟୋଜିତ ପୌର ଶାସନ ପ୍ରଣାଳୀ ଓ ଉନ୍ନୟନ ପଦ୍ଧତି ଶୀର୍ଷକ କର୍ମଶାଳାକୁ ଉଦଘାଟନ କରି ନିଜ ନିଜ ସହରକୁ ଶ୍ରେଷ୍ଠ କରିବା ପାଇଁ ନେତୃତ୍ୱ ନେଇ ନିଷ୍ଠାର ସହ କାମ କର, ଲୋକଙ୍କ ସାଥିରେ ରୁହ, ସେମାନଙ୍କ ସମସ୍ୟା ସମାଧାନ ପାଇଁ ନିଷ୍ଠାର ସହ କାମ କର ବୋଲି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ସହରାଞ୍ଚଳର ଉନ୍ନତି ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ଆଜି ଜାତୀୟ ଓ ଅନ୍ତର୍ଜାତୀୟ ସ୍ୱୀକୃତି ହାସଲ କରିଛି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ,ଜାଗା ମିଶନ ବିକାଶମୁଖି ଦେଶ ମାନଙ୍କ ପାଇଁ ଏକ ମଡେଲ ହୋଇଛି । ସେହିପରି ଟ୍ୟାପରୁ ବିଶୁଦ୍ଧ ପିଇବା ପାଣି ଯୋଗାଣ ସୁଜଳ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରିବାରେ ଓଡିଶା ସାରା ଦେଶରେ ଏକ ମାତ୍ର ରାଜ୍ୟ । ଜାଗା ମିଶନ, ସୁଜଳ,ପରିମଳ ଓ ବର୍ଜ୍ୟ ବସ୍ତୁ ପରିଚାଳନା ମୁକ୍ତା ଯୋଜନା,ଆହାର ଏବଂ ସ୍ମାର୍ଟ LED Light ଆଦି ସରକାରଙ୍କ flagship ପ୍ରୋଗ୍ରାମ ଉପରେ ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ ଗୁରୁତ୍ୱ ଦେଇଥିଲେ। ବସ୍ତି ବିକାଶ ସମୟରେ ରାଜ୍ୟ ସରକାର ଜମି ଅପେକ୍ଷା ଲୋକଙ୍କୁ ଅଧିକ ଗୁରୁତ୍ୱ ଦେଇ ଜାଗା ମିଶନ ଆରମ୍ଭ କରିଛନ୍ତି।  ଏ ପର୍ଯ୍ୟନ୍ତ ଏକ ଲକ୍ଷ ପଚସ୍ତରୀ ହଜ଼ାର ପରିବାରକୁ ଭୂମି (bhumi) ଅଧିକାର ଦିଆଯାଇଥିବାବେଳେ ୫୮୫ ବସ୍ତିକୁ ଆଦର୍ଶ ବସ୍ତିରେ ପରିଣତ କରାଯାଇଛି । ସେହିପରି ସୁଜଳ କାର୍ଯ୍ୟକ୍ରମରେ ପୁରୀରେ ଟ୍ୟାପରୁ ବିଶୁଦ୍ଧ ପିଇବା ପାଣି ମିଳୁଥିବା ବେଳେ  ରାଜ୍ୟର କୋଡିଏଟି ସହରରେ ଏଥିପାଇଁ କାମ ଚାଲିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। ସେହିପରି କୋଭିଡ ସମୟରେ ସହରର ଗରିବ ଲୋକ ଓ migrant labourer ମାନଙ୍କ ପାଇଁ ଆରମ୍ଭ ହୋଇଥିବା ମୁକ୍ତା ଯୋଜନା ଜାରି ରହିବ ଓ ଏଥିପାଇଁ ବଜେଟରେ ୫୦୦କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି ।  ମିଶନ ଶକ୍ତି ଓ slum development association ଜରିଆରେ ଚାଲିଥିବା ଏହି କାର୍ଯ୍ୟକ୍ରମ ବେଶ ଲୋକପ୍ରିୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପରିମଳ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବୋଲି ମତ ଦେଇ ସ୍ୱଚ୍ଛତା ଓ ବର୍ଜ୍ୟ ବସ୍ତୁ ପରିଚାଳନା ଉପରେ ଅଧିକ ଗୁରୁତ୍ୱ ଦେଇ କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଚଳିତ ପୌର ନିର୍ବାଚନରେ ମାଆ ମାନେ ବହୁ ସଂଖ୍ୟାରେ ଭାଗ ନେଇ ବିଜୟୀ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଆନନ୍ଦ ପ୍ରକାଶ କରିବା ସହ ସେମାନଙ୍କୁ ବିଶେଷ  ଅଭିନନ୍ଦନ ଜଣାଇ ଭଲ କାମ କରି ଲୋକଙ୍କ ଆସ୍ଥା ଜାରି ରଖିବାକୁ ପରାମର୍ଶ ଦେଇଛନ୍ତି।ସହରାଞ୍ଚଳ ବିକାଶରେ ଆସିଥିବା ରୂପାନ୍ତରରେ ୫ଟି ନିୟମର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବାରୁ ପ୍ରତ୍ୟେକ ସ୍ତରରେ ୫ଟି ନିୟମକୁ ନିଷ୍ଠାର ସହ କାର୍ଯ୍ୟକାରୀ କରି ଲୋକଙ୍କୁ ଉତ୍ତମ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ନୂଆ ନେତୃତ୍ୱ ଓ ନୂଆ ପରିଚାଳନା କୌଶଳ ପୌର ସେବାକୁ ନୂତନ ଶିଖରରେ ପହଞ୍ଚାଇବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

Breaking News