ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କଂଗ୍ରେସରେ ପିସିସି ସଭାପତି ପରିବର୍ତ୍ତନ ନେଇ ରାଜନୀତି ଜୋର ଧରି ଥିବା ବେଳେ ଆଜି ଭୁବନେଶ୍ୱରରେ ପହଞ୍ଚିଛନ୍ତି ପିସିସି ପ୍ରଭାରୀ ଚେଲା କୁମାର । ପିସିସି ସଭାପତି ପରିବର୍ତ୍ତନ ପ୍ରସଙ୍ଗରେ ଚେଲା କୁମାର ନିଜର ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି ଯେ, ‘କଂଗ୍ରେସ ବିଧାୟକ ଓ ବରିଷ୍ଠ ନେତାଙ୍କ ସହ ଆଲୋଚନା କରାଯିବ । ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଇସ୍ତଫା ନେଇ ଆଲୋଚନା ହେବ । ଆଲୋଚନା ପରେ କିଛି ନିଷ୍ପତ୍ତି ଗ୍ରହଣ କରାଯିବ । ୨୦୧୯ରୁ ନିରଞ୍ଜନ ଇସ୍ତଫା ଦେଇଥିଲେ ବି ଏଯାବତ୍ ଗ୍ରହଣ କରାଯାଇନି । ଆଜିର ଆଲୋଚନା ପରେ ହାଇକମାଣ୍ଡଙ୍କୁ ସବିଶେଷ ତଥ୍ୟ ଦିଆଯିବ ।’ ତେବେ ସୋନିଆ ଗାନ୍ଧୀ ଚୂଡ଼ାନ୍ତ ନିଷ୍ପତ୍ତି ନେବେ ବୋଲି କହିଛନ୍ତି ଚେଲା କୁମାର ।






More Stories
‘ଇ-ଡିଟେକ୍ସନ୍’;ଆପେଆପେ କଟିବ ଚାଲାଣ….
ଦଶମ-ଦ୍ବାଦଶ ପାଇଁ ଗୋଟିଏ ବୋର୍ଡ;ମିଳିବ ନିଯୁକ୍ତି……
ଡିଜିପି ମନୋନୟନ ମାମଲା;ଆଜି ସୁପ୍ରିମକୋର୍ଟରେ ଶୁଣାଣି…..