ରିପୋର୍ଟ କାର୍ଡ / ଭୁବନେଶ୍ୱର
୫ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନରେ ନବୀନ ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କ ସମ୍ମିଳନୀରେ ଯୋଗଦେବେ ।ଏହି ସମ୍ମିଳନୀକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସମ୍ମିଳନୀରେ ଅଧ୍ୟକ୍ଷତା କରିବେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଏନ୍.ଭି ରମନା । ଦିଲ୍ଲୀରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ସମ୍ମିଳନୀରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ଆମନ୍ତ୍ରଣ କରିଛନ୍ତି । ସମ୍ମିଳନୀରେ ଯୋଗ ଦେବା ସହ କେନ୍ଦ୍ର ସରକାରଙ୍କ ଅନୁମତି ଅପେକ୍ଷାରେ ବହୁଦିନରୁ ପଡି ରହିଥିବା ବିଭିନ୍ନ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ତେବେ ୨୦୧୬ ଏପ୍ରିଲ ୨୪ ତାରିଖରେ ଶେଷଥର ପାଇଁ ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ବିଚାରପତିମାନଙ୍କ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଡିଜିଟାଲ୍ ଯୁଗ ସହ ତାଳ ଦେଇ ଜିଲ୍ଲା କୋର୍ଟର ଭିତ୍ତିଭୂମି ବିକାଶ ଜରୁରୀ । ତେଣୁ ଜିଲ୍ଲା କୋର୍ଟ ଗୁଡିକରେ ଆଇଟି ଭିତ୍ତିଭୂମିର ବିକାଶ ଏବଂ ମାମଲାର ତ୍ବରିତ ଫଇସଲା ପାଇଁ ଆର୍ଟିଫିସିଆଲ୍ ଇଣ୍ଟେଲିଜେନସ୍ ର ପ୍ରୟୋଗ ଭଳି ପ୍ରସଙ୍ଗରେ ଆଲୋଚନା ହେବ । ଏଭଳି ଏକ ଗୁରୁତ୍ବପୂର୍ଣ୍ଣ ସମ୍ମିଳନୀରେ ଯୋଗ ଦେବାକୁ ଯାଇଥିବା ବେଳେ, କିଛି କେନ୍ଦ୍ରମନ୍ତ୍ରୀ ମଧ୍ୟ ନବୀନଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ମେ ୩ ତାରିଖ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ଫେରି ଆସିବାର କାର୍ଯ୍ୟକ୍ରମ ରହିଛି ।






More Stories
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..
ଭଡ଼ାଘର ଦେବେ ସରକାର…..