Report Card Odisha

| Daily Odia News

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମୀକ୍ଷା କଲେ ୫ଟି ସଚିବ ଭି.କେ ପାଣ୍ଡିଆନ…..

ରିପୋର୍ଟ କାର୍ଡ / ପୁରୀ

ଆଜି ୫ଟି ସଚିବ ଭି.କେ ପାଣ୍ଡିଆନ୍‌ ପୁରୀ ଗସ୍ତ କରି ମହାପ୍ରଭୁଙ୍କ ଦର୍ଶନ ସହ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି । ଏହି ଗସ୍ତ ସମୟରେ ପୁରୀ ଜିଲ୍ଲାପାଳ ମଧ୍ୟ ଉପସ୍ଥିତ ରହିଥିଲେ। ସୂଚନା ଅନୁସାରେ- ଶନିବାର ଦିନ ସକାଳ ସମୟରେ ରାଜ୍ୟ ସରକାରଙ୍କ ୫ଟି ସଚିବ ଭି.କେ ପାଣ୍ଡିଆନ୍‌ ପୁରୀ ଗସ୍ତର କରିଥିଲେ। ଏହି ଗସ୍ତ ଅବସରରେ ପ୍ରଥମେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରି ବ୍ୟାଟେରୀ ଗାଡିରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ତଦାରଖ କରିଛନ୍ତି । ଏପିରିକି ୩ ଟି ଦ୍ୱାରରେ ଚାଲିଥିବା କାର୍ଯ୍ୟର ମଧ୍ୟ ଅନୁଧ୍ୟାନ କରିଛନ୍ତି । ଏହି ଗସ୍ତ ଅବସରରେ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଓ ଜିଲ୍ଲାର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିଥିଲେ ।

Breaking News