ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆତଙ୍କବାଦକୁ ପାଣ୍ଠି ଯୋଗଣ ମାମଲାରେ କଶ୍ମୀର ବିଚ୍ଛିନ୍ନତାବାଦୀ ନେତା ୟାସିନ ମଲିକ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଆଜି ଏନ୍ଆଇଏ କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏହି ମାମଲାରେ ତାଙ୍କୁ କ’ଣ ଦଣ୍ଡ ମିଳିବ ସେନେଇ ଆସନ୍ତା ମେ’ ୨୫ ତାରିଖରେ ସ୍ଥିର ହେବ ବୋଲି ଜଣାପଡୁଛି । ଦିଲ୍ଲୀର ଏକ କୋର୍ଟରେ ୟାସିନ ମଲିକ ଆତଙ୍କବାଦୀଙ୍କୁ ଆର୍ଥିକ ସହାୟତା ଯୋଗାଉଥିବା ମାମଲାରେ ତାଙ୍କ ନାଁରେ ହୋଇଥିବା ଅଭିଯୋଗକୁ ସ୍ୱୀକାର କରିଥିଲେ, ଯାହା ପରେ କୋର୍ଟ ଆଜି ମଲିକଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ୟାସିନ ମଲିକ ନିକଟରେ କଶ୍ମୀରରେ ଆତଙ୍କବାଦୀ କାର୍ଯ୍ୟକଳାପରେ ଜଡିତ ଥିବା ନେଇ ଅତୀତରେ ନିଜେ ସ୍ୱୀକାର କରିଥିଲେ। ଉଲ୍ଲେଖ ଯୋଗ୍ୟ ଯେ, ୟାସିନ ମଲିକ ନିକଟରେ ୨୦୧୭ରେ କଶ୍ମୀର ଘାଟିରେ ଅଶାନ୍ତ ସୃଷ୍ଟି କରିବା ଏବଂ ଆତଙ୍କବାଦ ଓ ବିଚ୍ଛିନ୍ନତାବାଦୀ କାର୍ଯ୍ୟକଳାପ ସହ ଜଡିତ ଏକ ମାମଲାରେ ଦିଲ୍ଲୀ କୋର୍ଟରେ ହାଜର ହୋଇ ତାଙ୍କ ବିରୁଦ୍ଧରେ ଥିବା ସମସ୍ତ ଅଭିଯୋଗକୁ ସ୍ୱୀକାର କରିଥିଲେ।






More Stories
ଜାଣନ୍ତୁ ଚଳିତବର୍ଷର ବଜେଟ୍…..
ବଢିଲା ଏଲପିଜି ସିଲିଣ୍ଡର ଦର….
ରାଷ୍ଟ୍ରପତିଙ୍କୁ ଭେଟିଲେ ନିର୍ମଳା ସୀତାରମଣ……