ରିପୋର୍ଟ କାର୍ଡ / ଭୁବନେଶ୍ୱର
ଅଶାନ୍ତ ସହର ପାଲଟିଛି ରାଜଧାନୀ ଭୁବନେଶ୍ୱର। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ସ୍ଥିତ ପଳାସୁଣି ଜଗନ୍ନାଥ ବିହାରରେ ଥିବା ଆପାର୍ଟମେଣ୍ଟ ଉପରକୁ ଦୁର୍ବୃତ୍ତମାନେ ବୋମାମାଡ଼ କରିଛନ୍ତି। ଦୁର୍ବୃତ୍ତମାନେ ୩ଟି ବୋମାଡ଼ କରିଥିବା ଜଣାଯାଇଛି। ଏଥିରେ କାହାର କିଛି କ୍ଷତି ହୋଇନଥିବା ସୂଚନା ମିଳିଛି। ଆପାର୍ଟମେଣ୍ଟ ଦାୟିତ୍ୱରେ ଥିବା ସୁରକ୍ଷା କର୍ମୀଙ୍କ କହିବା ଅନୁସାରେ, ଗତକାଲି ରାତି ପ୍ରାୟ ୧୧ଟା ସମୟରେ ୨ ଜଣ ଦୁର୍ବୃତ୍ତ ବାଇକ୍ରେ ଆସି ବୋମାମାଡ଼ କରି ଚମ୍ପଟ ମାରିଥିଲେ। ତେବେ ବୋମାମାଡ଼ର କାରଣ ଅସ୍ପଷ୍ଟ ରହିଛି। ଜମିଜମା ବିବାଦକୁ କେନ୍ଦ୍ର କରି ବୋମାମାଡ଼ ହୋଥିବା ସନ୍ଦେହ କରାଯାଉଛି। ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି।






More Stories
ନୂଆ ରୂପ ନେବ ରାଜ୍ୟର ସବୁ ବସ୍ଷ୍ଟାଣ୍ଡ…..
ଆଜି ପୂର୍ବାଞ୍ଚଳ କୃଷି ସମ୍ମିଳନୀ……
ରୁପା ଆମଦାନୀ ଉପରେ କଟକଣା……