ରିପୋର୍ଟ କାର୍ଡ / ଭୁବନେଶ୍ଵର
ଏପ୍ରିଲ ୨୮ ତାରିଖରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇଥିଲା | ମେ’ ୩୧ ତାରିଖରେ ଶେଷ ହୋଇଥାନ୍ତା। ତେବେ ମେ’ ୩୧ ତାରିଖରେ ହେବାକୁ ଥିବା ପରୀକ୍ଷା ଗୁଡ଼ିକୁ ଘୁଞ୍ଚାଇ ଦେଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ସେହିଦିନ ହେବାକୁ ଥିବା ପରୀକ୍ଷା ଗୁଡ଼ିକ ଜୁନ୍ ୪ ତାରିଖରେ ହେବ ବୋଲି ସିଏଚ୍ଏସ୍ଇ ପକ୍ଷରୁ ସୂଚନା ଦିଆଯାଇଛି | ୩୧ରେ କଳା ବିଭାଗର ଗଣିତ ଓ ଗୃହବିଜ୍ଞାନ ପରୀକ୍ଷା ହେବାକୁ ଥିଲା। ସେହିପରି ବିଜ୍ଞାନ ବିଭାଗର ଗଣିତ ଓ ଧନ୍ଦାମୂଳକ ବିଭାଗର ବାୟୋଲୋଜି ପରୀକ୍ଷା ହେବାର ଥିଲା। ତେବେ ନୂଆ ନିର୍ଦ୍ଦେଶ ଅନୁଯାୟୀ, ଏହି ପରୀକ୍ଷା ଗୁଡ଼ିକ ଜୁନ୍ ୪ ତାରିଖରେ ହେବ। ଏହା ସହିତ ସିଏଚ୍ଏସ୍ଇ କହିଛି ଯେ ମେ’ ୨୧ରୁ ମେ’ ୨୮ ତାରିଖରେ ମଧ୍ୟ ଯେଉଁ ସବୁ ପରୀକ୍ଷା ହେବାର ଅଛି, ସେଗୁଡ଼ିକ ପୂର୍ବନିର୍ଦ୍ଧାରିତ ସୂଚୀ ଅନୁସାରେ ହେବ।






More Stories
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..
ଆଜି ରାଷ୍ଟ୍ରପତିଙ୍କର ଓଡିଶା ଗସ୍ତର ଦ୍ଵିତୀୟ ଦିନ:ବିରଜା ମନ୍ଦିର ପରିଦର୍ଶନ…..
ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…..