ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଉତ୍ତରପ୍ରଦେଶର ବହରାଇଚରେ ବଡ଼ ଧରଣର ସଡ଼କ ଦୁର୍ଘଟଣା ହୋଇଛି । ବହରାଇଚ-ଲଖିମପୁର ରାସ୍ତାରେ ଏକ ଟ୍ରକ୍ ସହ ଅଟୋ ଧକ୍କା ହେବାଫଳରେ ୭ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ୧୨ଜଣ ଆହତ ମଧ୍ୟ ହୋଇଛନ୍ତି । ଆହତଙ୍କ ମଧ୍ୟରୁ କିଛି ଯାତ୍ରୀ ଗୁରୁତର ଥିବା ମଧ୍ୟ ସୂଚନା ମିଳିଛି । ସମସ୍ତ ଆହତ ଓ ଗୁରୁତରଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଥିଲା । ଅଟୋ ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ୫ଜଣଙ୍କ ମୃତ୍ୟୁ ହୋଇଥିଲା । ଅନ୍ୟ ୨ଜଣ ଡାକ୍ତରଖାନାରେ ଚିକିତ୍ସା ହେବା ସମୟରେ ପ୍ରାଣ ହରାଇଥିଲେ । ଆହତ ମାନଙ୍କୁ ଚିକିତ୍ସା ପାଇଁ ଜିଲ୍ଲା ଡାକ୍ତରଖାନାକୁ ପଠାଯାଇଥିବା ବେଳେ ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ପଠାଇଦେଇଛି । ଦୁର୍ଘଟଣା କିପରି ଘଟିଲା ସେ ନେଇ ପୁଲିସ ତଦନ୍ତ ଚଳାଇଛି ।






More Stories
ପୁଣି ମଣିପୁରରେ ହିଂସା…..
ଜୀବନ ନେଉଛି SIR…..
ଆସନ୍ତାକାଲି ୧୧ଟା ପର୍ଯ୍ୟନ୍ତ ଗୃହ ମୁଲତବୀ…..