ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର ଓଡ଼ିଶା ପ୍ରଶାସନିକ ସେବା ର ବରିଷ୍ଠ ଅଧିକାରୀସ୍ତରରେ ଅଦଳବଦଳ ହୋଇଛି । ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ତଥା ବରିଷ୍ଠ ଓଏଏସ୍ ନିବେଦିତା ମିଶ୍ରଙ୍କୁ ଉଚ୍ଚଶିକ୍ଷା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ଏକ ବିଜ୍ଞପ୍ତି ଜାରି ହୋଇଛି । ଜାରି ହୋଇଥିବା ବିଜ୍ଞପ୍ତି ଅନୁସାରେ ଅବକାରୀ ବିଭାଗର ଅତିରିକ୍ତ ସଚିବ ପ୍ରମୋଦ କୁମାର ମିଶ୍ରଙ୍କୁ ଓଡ଼ିଶା ଲୋକସେବା ଆୟୋଗର ସଚିବ ଭାବେ ବଦଳି କରାଯାଇଛି । ସେହିଭଳି ଅନୁଗୋଳ ଜିଲ୍ଲା ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଦିଲ୍ଲୀପ କୁମାର ସାହୁଙ୍କୁ ରାଜ୍ୟ ଏକ୍ସପୋର୍ଟ ଓ ପ୍ରମୋସନ ଆଣ୍ଡ ମାର୍କେଟିଂ (ଡିଇପିଏମ) ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି । ଅନ୍ୟପଟେ ଯାଜପୁର ଅତିରିକ୍ତ ଜିଲ୍ଲାପାଳ ମିହିର ପ୍ରସାଦ ମହାନ୍ତିଙ୍କୁ ଅବକାରୀ ବିଭାଗର ଅତିରିକ୍ତ ସଚିବ ଏବଂ ଆଠମଲ୍ଲିକ ଉପଜିଲ୍ଲାପାଳ ଲଳିତ ମୋହନ ବେହେରାଙ୍କୁ ଅନୁଗୋଳ ଜିଲ୍ଲା ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି।






More Stories
ବିଦ୍ୟୁତଗ୍ରାହକଙ୍କ ପାଇଁ ଖୁସିଖବର:ବଢ଼ିବନି ବିଲ୍…..
ସରକାରଙ୍କ ଉପରେ ବର୍ଷିଲେ ନବୀନ…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..