ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱର ରସୁଲଗଡ଼ ଓଭରବ୍ରିଜରେ ଗତକାଲି ବିଳମ୍ବିତ ରାତିରେ ସିରିଜ ଦୁର୍ଘଟଣା ଘଟିଛି। ରସୁଲଗଡରେ ୫ ଟି କାରକୁ ପିଟିଲା ଟ୍ରକ । ଦୁର୍ଘଟଣାରେ ୪ଜଣ ଆହତ ହୋଇଥିବା ସୂଚନା ମିଳିଛି । ମିଳିଥିବା ଅନୁଯାୟୀ, ବୁଧବାର ବିଳମ୍ବିତ ରାତିରେ ରସୁଲଗଡ ବ୍ରିଜ ନିକଟରେ ଏହି ଦୁର୍ଘଟଣା ଘଟିଛି । ଏକ ଟ୍ରକ ୫ଟି କାର୍କୁ ପିଟିଛି । ଯାହାଫଳରେ ଏହି ଦୁର୍ଘଟଣାରେ ୪ଜଣ ଆହତ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ମଞ୍ଚେଶ୍ୱର ପୋଲିସ, ଅଗ୍ନିଶମ ବିଭାଗ ପହଞ୍ଚି ଆହତଙ୍କୁ ଉଦ୍ଧାର କରିଥିଲେ । ପରେ ଚିକିତ୍ସା ନିମନ୍ତେ ମେଡିକାଲରେ ଭର୍ତ୍ତି କରିଛନ୍ତି ।ସେପଟେ ଦୁର୍ଘଟଣା ଘଟାଇଥିବା ଟ୍ରକକୁ ପାହାଳରୁ ଧରିଛି ପୋଲିସ ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….