Report Card Odisha

| Daily Odia News

ନବନିର୍ବାଚିତ ପଞ୍ଚାୟତ ଜନପ୍ରତିନିଧିଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜଧାନୀର କିଟ୍ ପରିସରରେ ନବନିର୍ବାଚିତ ପଞ୍ଚାୟତ ଜନପ୍ରତିନିଧିଙ୍କ ରାଜ୍ୟସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବନିର୍ବାଚିତ ପଞ୍ଚାୟତ ଜନପ୍ରତିନିଧିଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି। ଫାଇଭ-ଟି ଅଭିଯାନରେ ସ୍ୱଚ୍ଛ ଶାସନରେ ନବ ନିର୍ବାଚିତ ପ୍ରତିନିଧିଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ଏହି ସମ୍ପର୍କରେ ଗୁରୁମନ୍ତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଲୋକଙ୍କ ଆସ୍ଥା ପ୍ରକଟ କରିଥିବା ନେତା ନିର୍ବାଚନ ସମୟରେ ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତି କିଭଳି ପୂରଣ କରାଯିବ ତାହା ଉପରେ କର୍ମଶାଳାରେ ଗୁରୁତ୍ୱ ଦେଇଛନ୍ତି। ବିଶେଷକରି ଗ୍ରାମାଞ୍ଚଳର ମୌଳିକ ସମସ୍ୟାର ସମାଧାନ ଉପରେ ଫୋକସ କରାଯିବ। ଏହା ସହ ଲୋକଙ୍କ ପାଖରେ ସହଜରେ ସମସ୍ତ ସେବା ପହଞ୍ଚାଇବା ସମ୍ପର୍କରେ ପରାମର୍ଶ ମୁଖ୍ୟମନ୍ତ୍ରୀ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ, ଉପାଧ୍ୟକ୍ଷଙ୍କ ସମେତ ପଞ୍ଚାୟତ ସମିତି ଅଧ୍ୟକ୍ଷ ଓ ସରପଞ୍ଚମାନେ ଉପସ୍ଥିତ ରହିଛନ୍ତି ।

 

Breaking News