ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଉତ୍ତରାଖଣ୍ଡ ଉତ୍ତରକାଶୀ ଜିଲ୍ଳାରେ ଏକ ପର୍ଯ୍ୟଟକ ବସ୍ ଖାତକୁ ଖସିପଡ଼ିଛି । ବସରେ ଥିବା ୨୬ ଜଣଙ୍କ ମୃତ୍ୟୁ ହୋଇଛି। ଗତକାଲି ଏହି ଦୁର୍ଘଟଣାରେ ୨୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ଆଉ ୪ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସମସ୍ତ ମୃତକ ମାନେ ମଧ୍ୟପ୍ରଦେଶର ହୋଇଥିବା ଜଣାପଡ଼ିଛି । ଏଥିରେ ଏବେ ୪ଜଣ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ବସ୍ରେ ମୋଟ୍ ୩୦ଜଣ ଯାତ୍ରୀ ଥିବା ଜଣାପଡ଼ିଛି । ଗତକାଲି ଅପରାହ୍ଣରେ ତୀର୍ଥଯାତ୍ରୀଙ୍କୁ ନେଇ ବସଟି ଆସୁଥିବା ବେଳେ ଗଭୀର ଖାତକୁ ଖସିପଡ଼ିଥିଲା । ଯମୁନେତ୍ରୀ ଜାତୀୟ ରାଜପଥ ଦାମତା ନିକଟରେ ଏହି ଦୁର୍ଘଟଣା ହୋଇଥିଲା । ଏନେଇ ଡିଜିପି ଅଶୋକ କୁମାରଙ୍କ କହିବା ଅନୁଯାୟୀ ଏନଡିଆରଏଫ୍, ପୁଲିସ ଓ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ବାହିନୀ ଘଟଣା ସ୍ଥଳରେ ଉଦ୍ଧାର କାର୍ଯ୍ୟ କରିଛନ୍ତି । ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମିଙ୍କ ସହିତ ଆଲୋଚନା କରି ଉଦ୍ଧାର କାର୍ଯ୍ୟ ତ୍ବରାନ୍ବିତ କରାଯାଇଥିଲା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ଧାମି ଓ ସ୍ବରାଷ୍ଟ୍ର ମନ୍ତ୍ରୀ ଶାହା ଏହି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨ଲକ୍ଷ ଟଙ୍କା ଲେଖାଏଁ ଓ ଆହତଙ୍କ ପାଇଁ ୫୦ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ ଲାଗି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି।






More Stories
ଶରିଫ ଉସମାନଙ୍କ ହତ୍ୟା ପଛରେ ୟୁନୁସଙ୍କ ହାତ ଅଭିଯୋଗ……
ବଳାତ୍କାରୀଙ୍କୁ ଜାମିନ,ପୀଡ଼ିତାଙ୍କ ସହ ଅପରାଧୀ ଭଳି ବ୍ୟବହାର…..
ସାନ୍ତାଳୀ ଭାଷାରେ ସମ୍ବିଧାନ ପ୍ରକାଶ…..