ରିପୋର୍ଟ କାର୍ଡ / ସୁବର୍ଣ୍ଣପୁର
ସାଇକେଲ-ବାଇକ୍ ମୁହାଁମୁହିଁ ଧକ୍କା ହୋଇ ଦୁର୍ଘଟଣା ଘଟିଛି | ଏଭଳି ଦୁର୍ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ବିନିକା-ବରପାଲି ରାସ୍ତା ସିଂହୀଯୁବା ଛକରେ | ଆଜି ସକାଳେ ଏକ ବାଇକ୍ ଓ ସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ମୃତ ବ୍ୟକ୍ତି ଜଣଙ୍କ ହେଲେ ସିଂଘିଯୁବା ଗାଁର ସୁଦର୍ଶନ ଭୁଏ । ଗୁରୁତର ୨ ଜଣ ବାଇକ୍ ଆରୋହୀଙ୍କୁ ବିନିକା ଗୋଷ୍ଠୀ ସ୍ୱସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଆଜି ସୁଦର୍ଶନ କ୍ଷୀର ବିକ୍ରି କରି ସାଇକେଲରେ ଘରକୁ ଫେରୁଥିଲେ। ଏହି ସମୟରେ ବିନିକା- ବରପାଲି ରାସ୍ତାର ସିଂହୀଯୁବା ଛକରେ ଏକ ବାଇକ୍ ସହ ତାଙ୍କର ମୁହାଁମୁହିଁ ଧକ୍କା ହୋଇଥିଲା । ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟ ଦୁଇ ଜଣ ବାଇକ୍ ଆରୋହୀ ମଧ୍ୟ ଗୁରୁତର ହେଇଥିଲେ। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ପୁଲିସ ପହିଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଛି। ଏହାସହ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..