ରିପୋର୍ଟ କାର୍ଡ / ପୁରୀ
ଆଜି ଜ୍ୟେଷ୍ଠ ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଅପରାହ୍ନରେ ୪ ଘଣ୍ଟା ପାଇଁ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ। ତେବେ ଏହି ସ୍ୱତନ୍ତ୍ର ନୀତି ପାଇଁ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ମହାପ୍ରଭୁଙ୍କ ଦର୍ଶନ ପାଇବେ ନାହିଁ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଦ୍ଵିତୀୟ ଭୋଗମଣ୍ଡପ ନୀତି ସରିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଏହି ଗୁପ୍ତ ସେବା କରିବେ। ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଁଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯାଏ। ଏହା ଦ୍ଵାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ। ବନକଲାଗି ସରିବା ପରେ ପୁନର୍ବାର ଦର୍ଶନ ଜାରି ରହିବ।






More Stories
ବିଦ୍ୟୁତଗ୍ରାହକଙ୍କ ପାଇଁ ଖୁସିଖବର:ବଢ଼ିବନି ବିଲ୍…..
ସରକାରଙ୍କ ଉପରେ ବର୍ଷିଲେ ନବୀନ…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..