ରିପୋର୍ଟ କାର୍ଡ / ଖୋର୍ଦ୍ଧା
ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ଚକାପଦାଠାରେ ବାଇକ୍-କାର୍ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ବାଇକ୍ ଆରୋହୀ ବାପ-ପୁଅଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତକ ବାପା ବୋଲଗଡର ମଧୁସୂଦନ ଦାସ ଓ ପୁଅ କ୍ଷୀରୋଦ ଦାସ ବୋଲି ଜଣାପଡିଛି । ସୂଚନା ଅନୁସାରେ- ମଧୁସୂଦନ ଓ ତାଙ୍କ ପୁଅ ବୋଲଗଡରୁ କୌଣସି କାର୍ଯ୍ୟରେ ଖୋର୍ଦ୍ଧା ଅଭିମୁଖେ ଯାଉଥିଲେ । ଖୋର୍ଦ୍ଧା ବଲାଙ୍ଗୀର ୫୭ନଂ ଜାତୀୟ ରାଜପଥର ଚକାପଦାଠାରେ ସାମ୍ନା ପଟୁ ଦ୍ରୁତ ଗତିରେ ଆସୁଥିବା ଏକ କାର୍ ବାଇକକୁ ଧକ୍କା ଦେଇଥିଲା । ଫଳରେ ବାଇକ୍ରେ ଥିବା ବାପା-ପୁଅଙ୍କ ମୃତ୍ୟୁ ହୋଇଛି । କାର୍ ଚାଳକଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି ବେଗୁନିଆ ପୋଲିସ ।






More Stories
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !….