Report Card Odisha

| Daily Odia News

ଆଜି ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି…..

ରିପୋର୍ଟ କାର୍ଡ / ପୁରୀ

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି ଅନୁଷ୍ଠିତ ହେବ । ଏହି ନୀତିକାନ୍ତିରେଶ୍ରୀମନ୍ଦିରରେ ସଂଧ୍ୟାଧୂପ ନୀତି ଶେଷହେବା ପରେ ଆଜ୍ଞାମାଳ ପାଇ ମଦନମୋହନ ଖଟ ଉପରକୁ ବିଜେ କରିଥାନ୍ତି । ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଜଗମୋହନ ଭିତର ଅନ୍ଧାର କରାଯାଇଥାଏ । ମହାପ୍ରଭୁଙ୍କ ଆଲଟ ଲାଗି ନୀତି ସରିବା ପରେ ଡଗର ଆସି ମଦନମୋହନଙ୍କ ନିକଟରେ ରୁକ୍ମିଣୀ ବିବାହ ପ୍ରସ୍ତାବ ଜଣାଇବେ। ତାପରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି ସରି ସୁସଜ୍ଜିତ ରଥରେ ମଦନମୋହନ ଘଣ୍ଟ, ଛତା, କାହାଳି ଓ ପଟୁଆର ମଧ୍ୟରେ ଶ୍ରୀମନ୍ଦିର ବେଢା ପରିକ୍ରମା କରିବେ । ଆସନ୍ତାକାଲି ଏକାଦଶୀ ତିଥିରେ ମହାପ୍ରଭୁଙ୍କ ରୁକ୍ମିଣୀ ବିବାହ ଉତ୍ସବ ବିଧି ଅନୁସାରେ ପାଳନ କରାଯିବ।

 

Breaking News