ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୌସୁମୀ ବର୍ଷାରେ ଭିଜିବ ଓଡ଼ିଶା । ତାତିରୁ ମିଳିବ ଆଶ୍ୱସ୍ତି । ଆଗାମୀ ୪ରୁ ୫ ଦିନ ଭିତରେ ମୌସୁମୀ ବାୟୁ ଓଡ଼ିଶା ଛୁଇଁବାର ସମ୍ଭାବନା ରହିଛି । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ନେଇ ପାଗ ଅନୁକୂଳ ରହିଥିବା କୁହାଯାଇଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ପୂର୍ବରୁ ରଜ ସୁଦ୍ଧା ମୌସୁମୀ ଓଡ଼ିଶା ଛୁଇଁ ନପାରେ ବୋଲି ଆଇଏମଡି ପକ୍ଷରୁ ସୂଚନା ଦିଆଯାଇଥିଲା । ଆଇଏମଡି କହିଥିଲା କି ରଜ ପୂର୍ବରୁ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ସମ୍ଭାବନା ନାହିଁ । ବଙ୍ଗୋପସାଗରର ଅଧିକାଂଶ ଅଞ୍ଚଳରେ ମୌସୁମୀ ଛୁଇଁଥିବା କହିଥିଲା ଆଇଏମଡି ।






More Stories
ନବୀନ କରିବେ ବଡ଼ ଘୋଷଣା!…..
ଗିରଫ ହେଲେ ନିର୍ବାହୀ ଯନ୍ତ୍ରୀ…..
ଅର୍ଥ ବିଭାଗର ସ୍ବୀକୃତିପ୍ରାପ୍ତ ବ୍ୟାଙ୍କ ତାଲିକା…..