ରିପୋର୍ଟ କାର୍ଡ / ମାଲକାନଗିରି
ମାଲକାନଗିରି ସୀମାନ୍ତ ବୋଡୁଗୁଡମ୍ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍ ଓଲଟି ପଡିଛି । ଏଥିରେ ୫ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ଜଣ ଗୁରୁତର ହୋଇଛି । ସମସ୍ତ ମୃତକ କଳାହାଣ୍ଡି ଜିଲ୍ଲାର ବୋଲି ଜଣାପଡିଛି । ହେଲେ ଏବେ ଯାଏଁ ମୃତକଙ୍କ ନାମ ଓ ଠିକଣା ହସ୍ତଗତ ହୋଇନାହିଁ । ଖବର ଅନୁଯାୟୀ, ୪୦ଜଣ ଯାତ୍ରୀଙ୍କୁ ନେଇ ବସ୍ଟି ବିଜୟଓ୍ୱାଡ଼ାରୁ ଭବାନୀପାଟଣା ଅଭିମୁଖେ ଆସୁଥିଲେ । ସେମାବାର ଦିନ ଭୋର ସମୟରେ ବସ୍ଟି ମାଲକାନଗିରି ସୀମାନ୍ତ ବୋଡୁଗୁଡ଼ମ୍ ନିକଟରେ ଭାରସାମ୍ୟ ହରାଇ ଓଲଟିପଡିଥିଲା । ଯାହାଫଳରେ କି ବସ୍ ଥିବା ଲୋକଙ୍କ ମଧ୍ୟରୁ ୫ଜଣଙ୍କ ମୃତ୍ୟୁ ହୋଇଛି । ସେପଟେ ଦୁର୍ଘଟଣା ସଂପର୍କରେ ଖବର ପାଇଁ ସ୍ଥାନୀୟ ପୋଲିସ ଓ ସାଧାରଣଲୋକେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ସ୍ଥାନୀୟ ଲୋକେ ପ୍ରଥମେ ଉଦ୍ଧାର କରି ଭଦ୍ରାଚଳମ ଚିକିତ୍ସାଲୟକୁ ପଠାଇଛନ୍ତି। ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମେଡିକାଲ ୨ ଜଣଙ୍କ ମୃତ୍ୟୁ ହୋଇଛି ।






More Stories
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……
ଭାଜପା ଉପରୁ ଜନତାଙ୍କ ବିଶ୍ୱାସ ତୁଟିଛି,ଏଠାରୁ ପରିବର୍ତ୍ତନର ଆରମ୍ଭ :ଧର୍ମେନ୍ଦ୍ର….
ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ….