ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଅନ୍ତର୍ଜାତୀୟ ଯୋଗ ଦିବସ | ଯୋଗ, ଏକ ଶାରୀରିକ, ମାନସିକ ଏବଂ ଆଧ୍ୟାତ୍ମିକ ଅଭ୍ୟାସ। ଅନେକ ବର୍ଷ ପୂର୍ବେ ଏହାର ଉତ୍ପତ୍ତି ଭାରତରେ ହୋଇଥିବାର ଅନୁମାନ କରାଯାଏ । ଯୋଗଦ୍ୱାରା ମିଳୁଥିବା ସ୍ୱାସ୍ଥ୍ୟଗତ ଲାଭ ସମସ୍ତେ ପାଇବା ଉଚିତ। ଏହାକୁ ଦୈନିକ ନିଜ ଦିନଚର୍ଯ୍ୟାରେ ସାମିଲ କରିବା ସମସ୍ତଙ୍କ ପାଇଁ ଭଲ। ଯୋଗ ଭାରତର ପ୍ରାଚୀନ ସଂସ୍କୃତିର ଏକ ଅମୂଲ୍ୟ ଉପହାର । ଏହା ମନ ଏବଂ ଶରୀରକୁ ସଂଯୋଗ କରେ। ବିଶେଷଜ୍ଞଙ୍କ ମତରେ ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି ପାଇଁ ଯୋଗ ଏକ ସିଦ୍ଧ ଉପଚାର ଅଟେ। ଅନ୍ତର୍ଜାତୀୟ ଯୋଗ ଦିବସ ବିଶ୍ୱବ୍ୟାପୀ ଜୁନ ୨୧ ତାରିଖରେ ପାଳନ ହୁଏ । ଅନ୍ତର୍ଜାତୀୟ ସ୍ତରରେ ଏହାକୁ ପାଳନ କରିବା ପାଇଁ ମିଳିତ ଜାତିସଂଘ ଅଧିବେଶନରେ ଡିସେମ୍ବର ୧୧, ୨୦୧୪ରେ ସଂକଳ୍ପ ହୋଇଥିଲା । ଯୋଗ ମୂଲ୍ୟବୋଧକୁ ସମ୍ମାନ ଦେବା ସହ ବିଶ୍ୱର କୋଣ ଅନୁକୋଣେ ଯୋଗକୁ ପହଞ୍ଚାଇବା ପାଇଁ ଭାରତ ପ୍ରସ୍ତାବ ଦେଇଥିଲା। ନ୍ୟୁୟର୍କ ସ୍ଥିତ ଜାତିସଂଘ ମୁଖ୍ୟ କାର୍ଯ୍ୟାଳୟରେ ପ୍ରଥମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ଅବସରରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଭାରତର ବୈଦେଶିକ ମନ୍ତ୍ରୀ ସୁଷମା ସ୍ୱରାଜ ଅତିଥି ଭାବେ ଯୋଗ ଦେଇଥିଲେ।






More Stories
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପେମା ଖାଣ୍ଡୁ…..
ସୁନ୍ଦର ତ୍ୱଚା ପାଇଁ ଘରୋଇ ଉପାୟ…..
ରୂପି ସମସ୍ୟା ଦୂର କରନ୍ତୁ…..