ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। NDA ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀ ମୁର୍ମୁଙ୍କ ନାମ ଘୋଷଣା ହେବା ପରେ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି । ଏହାପରେ ସେ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିବା ସୂଚନା ମିଳିଛି। ଏହାପରେ ସେ ଓଡ଼ିଶା ଭବନ ଯାଇ ବିଶ୍ରାମ କରିବେ। ଅପରାହ୍ନରେ ଦ୍ରୌପଦୀ ମୁର୍ମୁ ବିଜେପି ରାଷ୍ଟ୍ରିୟ ସଭାପତି ଜେପି ନଡ୍ଡାଙ୍କୁ ସାକ୍ଷାତ କରିବେ ବୋଲି ସୂଚନା ମିଳିଛି। ଆସନ୍ତାକାଲି ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଭାବରେ ସେ ନାମାଙ୍କନ ଦାଖଲ କରିବେ। ଏଥିପାଇଁ ଆଜି ତାଙ୍କ ନାମାଙ୍କନ ପତ୍ରରେ ଓଡ଼ିଶାର ଦୁଇ କ୍ୟାବିନେଟ ମନ୍ତ୍ରୀଙ୍କ ସହ କିଛି ବିଜେପି ବିଧାୟକ ସ୍ୱାକ୍ଷର କରିଥିବା ଜଣାପଡ଼ିଛି। ବିଶ୍ୱସ୍ତ ସୁତ୍ରରୁ ମିଳିଥିବା ସୂଚାନ ମୁତାବକ ଆସନ୍ତାକାଲି ଦ୍ରୌପଦୀ ମୁର୍ମୁଙ୍କ ନାମାଙ୍କନ ଦାଖଲ ସମୟରେ ବିଜେପି ଶାସିତ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିପାରନ୍ତି।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶର ଆଗର ମାଲୱା ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ…..
ଆଜିଠୁ ଏସୀୟ କ୍ରୀଡ଼ା ମହାକୁମ୍ଭ…..