ରିପୋର୍ଟ କାର୍ଡ / ପୁରୀ
ଆସନ୍ତାକାଲି ମହାପ୍ରଭୁ ଜଗନ୍ନାଥଙ୍କ ନବଯୌବନ ଦର୍ଶନ। ନବଯୌବନ ଦର୍ଶନ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମୟ ନିଘଣ୍ଟ ଜାରି କରିଛି। ସକାଳ ୮ଟାରେ ତାଟି ଫିଟିବା ପରେ ପ୍ରଥମ ୧ ଘଣ୍ଟା ପରିମାଣିକ ଦର୍ଶନ ହେବ। ପରେ ସକାଳ ୯ଟାରୁ ୧୦ଟା ୩୦ ଯାଏଁ ସର୍ବସାଧାରଣ ଦର୍ଶନ ହେବ। ଏହାପରେ ଦିନ ୨ଟାରୁ ୩ଟା,ସନ୍ଧ୍ୟା ୬ଟାରୁ ୬ଟା ୩୦ ଯାଏଁ ସର୍ବସାଧାରଣ ଦର୍ଶନ କରିବେ। ରାତି ୯ଟାରୁ ୧୦ ଟା ୩୦ ଓ ରାତି ସାଢେ ୧୧ଟାରୁ ସାଢେ ୧୨ ଦର୍ଶନ ହେବ। ବିଶେଷ ନୀତି ପାଇଁ ସକାଳ ସାଢେ ୧୦ ଟାରୁ ଦିନ ୨ଟା ଦର୍ଶନ ବନ୍ଦ ଓ ୩ଟାରୁ ୬ଟା ଦର୍ଶନ ବନ୍ଦ ରହିବ। ସେହିପରି ସାଢେ ୬ଟାରୁ ରାତି ୯ଟା ଓ ରାତି ସାଢେ ୧୦ ରୁ ସାଢେ ୧୧ଟା ମଧ୍ୟ ଦର୍ଶନ ବନ୍ଦ ରହିବ।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..