Report Card Odisha

| Daily Odia News

ରାଜ୍ୟରେ ଆଜି ୧୬୧ ପଜିଟିଭ ଚିହ୍ନଟ……

ରିପୋର୍ଟ କାର୍ଡ / ଭୁବନେଶ୍ବର

ରାଜ୍ୟରେ ପୁଣି ବଢ଼ିଲା କରୋନା ସଂକ୍ରମଣ । ଗୋଟିଏ ଦିନରେ ଆଉ ୧୬୧ ପଜିଟିଭ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୯୫, ସ୍ଥାନୀୟ ଅଞ୍ଚଳରୁ ୬୬, ୧୮ ବର୍ଷରୁ କମ୍ ବୟସର ୨୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୦ ଓ କଟକରୁ ୩୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବାଲେଶ୍ବରରୁ ୮ ଜଣ, ଭଦ୍ରକ, ଜଗତସିଂହପୁର ଓ ଝାରସୁଗୁଡାରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଯାଜପୁରରୁ ୨, କେନ୍ଦୁଝର, ମୟୁରଭଞ୍ଜ, ନୂଆପଡା ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ପୁରୀ ଓ ରାୟଗଡାରୁ ୫ ଜଣ ଲେଖାଏଁ, ସୁବର୍ଣ୍ଣପୁରରୁ ୮, ସୁନ୍ଦରଗଡରୁ ୧୩ ଓ ଷ୍ଟେଟପୁଲରୁ ୧୫ ଜଣ କାରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୯ ହଜାର ୬୦୨କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ ଆଉ ୪୯ ଜଣ ସୁସ୍ଥ ହେବା ସହ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୨ ଲକ୍ଷ ୭୯ ହଜାର ୭୯୪ରେ ପହଞ୍ଚିଛି । ରାଜ୍ୟରେ ଏବେ ୬୨୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Breaking News