ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠାରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇ ଅଗଷ୍ଟ ୪ ପର୍ଯ୍ୟନ୍ତ ଚାଲିବ | ଏହି ଅଧିବେଶନରେ ୨୪ଟି କାର୍ଯ୍ୟଦିବସ ରହିଛି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୨-୨୩ ଆର୍ଥିକବର୍ଷ ଲାଗି ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ। ଅଧିକ ଆଲୋଚନା ଲାଗି ଚଳିତଥର ଦୈନିକ କାର୍ଯ୍ୟବିଧିରେ ୧ ଘଣ୍ଟା ବୃଦ୍ଧି କରାଯାଇଛି। ପ୍ରତ୍ୟେକ ଦିନ ପୂର୍ବାହ୍ନ ସାଢ଼େ ୧୦ଟାରୁ ସାଢ଼େ ୧୧ଟା ଯାଏଁ ପ୍ରଶ୍ନକାଳ, ୧ ଘଣ୍ଟାର ଶୂନ୍ୟକାଳ ଓ ପରେ ମୂଲତବୀ ଆଲୋଚନା ଦେଢ଼ଘଣ୍ଟା ରହିବ। କରୋନା ପାଇଁ ପୂର୍ବରୁ ଅପରାହ୍ଣ ଅଧିବେଶନରେ ୨ଘଣ୍ଟା କାର୍ଯ୍ୟବିଧି ରହିଥିଲା । ମାତ୍ର ଚଳିତ ଥର ୩ ଘଣ୍ଟାକୁ ବୃଦ୍ଧି କରାଯାଇଛି। ଏହି ସମୟରେ ଖର୍ଚ୍ଚ ଦାବି ଆଲୋଚନା ସହିତ ଅନ୍ୟାନ୍ୟ ସରକାରୀ ଓ ବେସରକାରୀ କାର୍ଯ୍ୟ ରହିଛି। ତେବେ ଏହି ଅଧିବେଶନ କିଭଳି ସୁରୁଖୁରୁରେ ଚାଲିବ ସେଥିନେଇ ୨୯ରେ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ କରାଯାଇସାରିଛି। ଆଜି ତିନି ଦଳର ବିଧାୟକ ଦଳ ବୈଠକ ବସିବ। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ପୂର୍ବାହ୍ନ ସାଢ଼େ ୧୦ଟାରେ ବିଜେଡି ବିଧାୟକ ଦଳ ବୈଠକ ୫୪ନମ୍ବର ପ୍ରକୋଷ୍ଠରେ ବସୁଛି।






More Stories
ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…..
ସମ୍ବଲପୁର ତହସିଲ ଦୁଇ ଭାଗ…..
ନବୀନଙ୍କୁ କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ…..