ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୬ରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ଏନେଇ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଚଳିତ ବର୍ଷ ୫ ଲକ୍ଷ ୨୮ ହଜାର ପିଲା ପରୀକ୍ଷା ଦେଇଛନ୍ତି। ସେହିପରି ଜୁଲାଇ ଶେଷ ସପ୍ତାହରେ ଦ୍ୱାଦଶ ପରୀକ୍ଷାଫଳ ପ୍ରକାଶ ପାଇବ । ସୂଚନା ଯୋଗ୍ୟ, ଚଳିତ ଜୁନ୍ ମାସ ଶେଷ ସପ୍ତାପରେ ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇବ ବୋଲି ସୂଚନା ମିଳିଥିଲା। ଗତ ମେ ମାସ ୨୧ ତାରିଖରୁ ମାଟ୍ରିକ ପରୀକ୍ଷା ଖାତାଦେଖା ଆରମ୍ଭ ହୋଇଥିଲା। ରାଜ୍ୟର ୫୮ଟି କେନ୍ଦ୍ରରେ ଖାତାଦେଖା ଚାଲିଥିବା ବେଳେ ଖାତା ମୂଲ୍ୟାୟନ ପାଇଁ ୪୮୧ ଜଣ ମୁଖ୍ୟ ପରୀକ୍ଷକ ନିୟୋଜିତ ହୋଇଥିଲେ। ସେହିପରି ୯୦୦ ଜଣ ଉପ ପରୀକ୍ଷକ, ୮୯୧୯ ଜଣ ସହକାରୀ ପରୀକ୍ଷକ ଏବଂ ୯୩୦ ଜଣ ସ୍କ୍ରୁଟିନାଇଜରଙ୍କୁ ନିଯୁକ୍ତି ଦିଆଯାଇଥିଲା । ଦିନ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ଖାତାଦେଖା ହୋଇଥିଲା।






More Stories
ନୂଆ ରୂପ ନେବ ରାଜ୍ୟର ସବୁ ବସ୍ଷ୍ଟାଣ୍ଡ…..
୧୦ ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟ୍ ମୋହର…..
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..