ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ବ୍ୟବଚ୍ଛେଦ ରିପୋର୍ଟ। ବେକରେ ଫାଶି ଦେବାରୁ ଶ୍ୱାସରୁଦ୍ଧ ଯୋଗୁଁ ରୁଚିକାଙ୍କ ମୃତ୍ୟୁ ହୋଇଥିବା ବ୍ୟବଚ୍ଛେଦ ରିପୋର୍ଟରେ ଉଲ୍ଲେଖ ଅଛି। ଆଜି ବ୍ୟବଚ୍ଛେଦ ରିପୋର୍ଟ ଆସିଥିବା ନେଇ କମିଶନରେଟ୍ ପୋଲିସ ପକ୍ଷରୁ ସୂଚନା ମିଳିଛି। ଏଥିସହ ଅଧିକ ପରୀକ୍ଷା ପାଇଁ ଭିସେରା ନମୁନା ଲ୍ୟାବ ପଠାଯାଇଛି ବୋଲି ପୋଲିସ ଅଧିକାରୀ କହିଛନ୍ତି। ତେବେ ବ୍ୟବଚ୍ଛେଦ ରିପୋର୍ଟକୁ ଗ୍ରହଣ କରିବାକୁ ପ୍ରସ୍ତୁତ ନୁହନ୍ତି ପରିବାର ଲୋକେ। ଶ୍ୱାସରୁଦ୍ଧ ଯୋଗୁ ଝିଅର ମୃତ୍ୟ ହୋଇଥିବା ଘଟଣାକୁ ପରିବାର ଲୋକେ ଅସ୍ୱୀକାର କରିଛନ୍ତି। ଝିଅକୁ ମାରି ଦିଆଯାଇଥିବା କହିଛନ୍ତି ରୁଚିକାଙ୍କ ବାପା ।






More Stories
କାଲିଠାରୁ CBSE ଦଶମ-ଦ୍ବାଦଶ ପରୀକ୍ଷା…..
ମୋତେ ନିୟମକାନୁନ ଦେଖାନା…..
ଗୀତା ପଟ୍ଟନାୟକଙ୍କ ଶେଷକୃତ୍ୟ ସମ୍ପନ୍ନ…..