ରିପୋର୍ଟ କାର୍ଡ /ଭୁବନେଶ୍ୱର
ରାଜ୍ୟରେ ଆହୁରି ୫ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଲଘୁଚାପ ପ୍ରଭାବରେ କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ କହିବା ଅନୁସାରେ ୮ ତାରିଖ ପର୍ଯ୍ୟନ୍ତ ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ କନ୍ଧମାଳ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସିମ୍ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।






More Stories
କାଲିଠାରୁ CBSE ଦଶମ-ଦ୍ବାଦଶ ପରୀକ୍ଷା…..
ମୋତେ ନିୟମକାନୁନ ଦେଖାନା…..
ଗୀତା ପଟ୍ଟନାୟକଙ୍କ ଶେଷକୃତ୍ୟ ସମ୍ପନ୍ନ…..