ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ | ଆସନ୍ତା ଜୁଲାଇ ୧୬ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ଉଭୟ ଏନ୍ଡିଏ ଓ ମିଳିତ ବିରୋଧୀ ମେଣ୍ଟର ପ୍ରାର୍ଥୀମାନେ ପ୍ରଚାର କାର୍ଯ୍ୟକୁ ତ୍ୱରାନ୍ୱିତ କରିଛନ୍ତି । ଶ୍ରୀମତୀ ମୁର୍ମୁ ଶୁକ୍ରବାର ପୂର୍ବାହ୍ଣ ୧୦ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସିଧାସଳଖ ନବୀନ ନିବାସ ଯିବେ । ସେଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିବା ପରେ ବିଧାନସଭା ଯିବାର କାର୍ଯ୍ୟକ୍ରମ ସ୍ଥିର ହୋଇଛି । ବିଧାନସଭାର ୫୪ ନଂ କକ୍ଷରେ ଏଥିପାଇଁ ସ୍ୱତନ୍ତ୍ର ଆୟୋଜନ କରାଯାଇଛି । ସେଠାରେ ବିଜେଡ଼ିର ସମସ୍ତ ବିଧାୟକ ଓ ସାଂସଦ ଉପସ୍ଥିତ ରହିବେ । ଏନ୍ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଶ୍ରୀମତୀ ମୁର୍ମୁଙ୍କ ପାଇଁ ବିଜେଡ଼ି ସମର୍ଥନ ଜୁଟାଇବାରେ ଲାଗିପଡ଼ିଛନ୍ତି । ଏପରିକି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ନିଜେ ମଧ୍ୟ ତାଙ୍କ ପାଇଁ ସମର୍ଥନ ଯୋଗାଡ଼ କରୁଥିବା ସୂଚନା ମିଳିଛି ।






More Stories
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……
ଭାଜପା ଉପରୁ ଜନତାଙ୍କ ବିଶ୍ୱାସ ତୁଟିଛି,ଏଠାରୁ ପରିବର୍ତ୍ତନର ଆରମ୍ଭ :ଧର୍ମେନ୍ଦ୍ର….
ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ….