ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଉ ମାତ୍ର ୪ ଦିନ ପରେ ରାଷ୍ଟ୍ରପତି ନିର୍ବାଚନ । ଆସନ୍ତା ୧୮ ତାରିଖରେ ହେବ ନିର୍ବାଚନ ଓ ୨୧ ତାରିଖରେ ପ୍ରକାଶ ପାଇବ ଫଳାଫଳ। ଦେଶର ସର୍ବୋଚ୍ଚ ପଦ ପାଇଁ ମୁହାଁମୁହିଁ ହୋଇଛନ୍ତି ଏନଡିଏ ସମର୍ଥିତ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଓ ବିରୋଧୀ ମେଣ୍ଟର ପ୍ରାର୍ଥୀ ଯଶବନ୍ତ ସିହ୍ନା । ରାଷ୍ଟ୍ରପତି ନିର୍ବାଚନ ନିମନ୍ତେ ପ୍ରସ୍ତୁତି ଜୋରସୋରରେ ଚାଲିଥିବା ବେଳେ ଗତକାଲି ଭୁବନେଶ୍ୱରରେ ପହଞ୍ଚିଛି ବାଲାଟ ବକ୍ସ। କଡା ସୁରକ୍ଷା ବଳୟ ମଧ୍ୟରେ ଏହି ବାଲଟ ବକ୍ସ ଭୁବନେଶ୍ୱର ବିମାନବନ୍ଦରରୁ ବିଧାନସଭାକୁ ଅଣାଯାଇଥିଲା। ନିର୍ବାଚନ ଅଧିକାରୀଙ୍କ ସହିତ ପୁରା ଟିମ ମଧ୍ୟ ଓଡିଶାରେ ପହଞ୍ଚିଛନ୍ତି । ଅପରପକ୍ଷେ, ରାଷ୍ଟ୍ରପତି ପଦ ହାତେଇବା ନିମନ୍ତେ ଉଭୟ ଦ୍ରୌପଦୀ ମୁର୍ମୁ ଓ ଯଶବନ୍ତ ସିହ୍ନା ବିଭିନ୍ନ ରାଜ୍ୟ ଗସ୍ତ କରି ରାଜନୈତିକ ଦଳଙ୍କ ସମର୍ଥନ ଲୋଡ଼ୁଛନ୍ତି।






More Stories
୯୫ ଆସନରେ ଲଢ଼ିବ କଂଗ୍ରେସ…..
ପଖାଳ ଦିବସ…..
ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି…..