Report Card Odisha

| Daily Odia News

ରାଜ୍ୟରେ ଆଜି ୭୪୩ କରୋନା ସଂକ୍ରମିତ ଚିହ୍ନଟ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ହୁ ହୁ ହୋଇ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ । ଦିନକରେ ଆଜି ୭୪୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଲୋକାଲ କେସ ୩୦୭ ହୋଇଥିବା ବେଳେ କ୍ୱାରେଣ୍ଟାଇନରୁ ୪୩୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗରୁ ୮୭ ଆକ୍ରାନ୍ତ ଥିବା ଜଣାପଡିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୧୧୫, ଷ୍ଟେଟପୁଲରୁ ୬୦, ସୁନ୍ଦରଗଡରୁ ୬୫, ପୁରୀରୁ ୩୬ ଓ ମୟୂରଭଞ୍ଜରୁ ୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୫, ୩୨୮କୁ ବୃଦ୍ଧି ପାଇଛି । ଏବେ ସକ୍ରିୟ ମାମଲା ୩୮୭୮ ରହିଛି । ୨୪ ଘଣ୍ଟା ମଧ୍ୟରେ ୪୦୪ ଜଣ ସୁସ୍ଥ ହୋଇଥିବା ବେଳେ ମୋଟ ସୁସ୍ଥଙ୍କ ସଂଖ୍ୟା ୧୨,୮୨,୨୭୦ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Breaking News