ରିପୋର୍ଟ କାର୍ଡ / ଭୁବନେଶ୍ୱର
ମଙ୍ଗଳବାର ବିଧାନସଭାରେ ଗୃହୀତ ହେଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ସମବାୟ ବିଭାଗର ଖର୍ଚ୍ଚ ଦାବି । ଖାଦ୍ୟ ଯୋଗାଣ ବିଭାଗର ୧୨୦୫ କୋଟି ୨୯ ଲକ୍ଷ ୪୯ ହଜାର ଟଙ୍କା ହୋଇଥିବା ବେଳେ ସମବାୟ ବିଭାଗର ୧୯୪୧ କୋଟି ୧୪ ଲକ୍ଷ ୧୫ ହଜାର ଟଙ୍କା ବ୍ୟୟ ବରାଦ କରାଯାଇଛି। ଖର୍ଚ୍ଚ ଦାବି ଆଲୋଚନା ବେଳେ ଅତନୁ ସବ୍ୟସାଚୀ ନାୟକ କହିଛନ୍ତି ଖାଦ୍ୟ ସୁରକ୍ଷା ଯୋଜନାରେ ଓଡିଶା ଏକ ମଡେଲ ରାଜ୍ୟ ହୋଇଛି। ଦିନକୁ ଦିନ ଏହି ବ୍ୟବସ୍ଥାକୁ ଅଧିକ ସରଳୀକାରଣ କରାଯାଉଛି। ଖାଦ୍ୟ ଓ ଶ୍ୟସ ରହୁଥିବା ଗୋଦାମ ଗୃହକୁ ଅଟୋ ମେସନ କରିବା ସହିତ କି ଗୁଣାତ୍ମକ ଯୁକ୍ତ ଶଷ୍ୟ ପହଞ୍ଚିବ ସରକାର ବ୍ୟବସ୍ଥା କରୁଛନ୍ତି। ଏଣିକି ଏଟିଏମରୁ ଟଙ୍କା ବାହାରିବା ଭଳି ଶସ୍ୟ ମିଳିବ। ସେଥିପାଇଁ ରାଜ୍ୟ ସରକାର ଅଲଟାଇମ ଗ୍ରେନ ବ୍ୟବସ୍ଥା କରାଯାଉଛି। ୨୪ ଘଣ୍ଟା ମିଳିବ ରାସନ। ପାଇଲଟ ଭାବେ ଭୁବନେଶ୍ୱରରେ ଆରମ୍ଭ ହେବ। ଏଟିଏମରୁ ବାହାରିବ ଚାଉଳ। ଖର୍ଚ୍ଚ ଦାବି ଆଲୋଚନା ବେଳେ ଏହି ସୂଚନା ଦେଇଛନ୍ତି ରାଜ୍ୟସରକାର।






More Stories
ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ…..
ରାଷ୍ଟ୍ରପତିଙ୍କ ଗସ୍ତ:୩୦ ପ୍ଲାଟୁନ ଫୋର୍ସ ମୁତୟନ…..
କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..