ରିପୋର୍ଟ କାର୍ଡ / ଭୁବନେଶ୍ବର
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୯୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୯୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୯୭ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୬୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୧୨ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪, ବାଲେଶ୍ବର ଜିଲ୍ଲାରୁ ୧୯ ଜଣ, ଭଦ୍ରକରୁ ୧୨ ଜଣ, ବରଗଡ଼ରୁ ୧୨, ବଲାଙ୍ଗୀରରୁ ୧୨ଜଣ, ବୌଦ୍ଧରୁ ୧୬ ଜଣ, କଟକରୁ ୧୦୯ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୩ ଜଣ, ଗଜପତିରୁ ୬ ଜଣ, ଗଞ୍ଜାମରୁ ୨, ଜଗତସିଂହପୁରରୁ ୧୫ ଜଣ, ଯାଜପୁରରୁ ୨୮ ଜଣ, ଝାରସୁଗୁଡ଼ାରୁ ୩୩ ଜଣ, କଳାହାଣ୍ଡି ଜିଲ୍ଲାରୁ ୬ ଜଣ, କନ୍ଧମାଳରୁ ୫ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ ଜଣ, କେନ୍ଦୁଝରରୁ ୧୪, ଖୋର୍ଦ୍ଧା ଜିଲ୍ଲାରୁ ୩୧୨, କୋରାପୁଟ ଜିଲ୍ଲାରୁ ୯ ଜଣ, ମୟୂରଭଞ୍ଜରୁ ୧୦୨ ଜଣ, ନବରଙ୍ଗପୁରରୁ ୧୨ ଜଣ, ନୟାଗଡ଼ ଜିଲ୍ଲାରୁ ୩୬ ଜଣ, ପୁରୀରୁ ୨୭ ଜଣ, ରାୟଗଡ଼ାରୁ ୧୯ ଜଣ, ସମ୍ବଲପୁରରୁ ୭୦ ଜଣ, ସୋନପୁରରୁ ୫୨ଜଣ, ସୁନ୍ଦରଗଡ଼ରୁ ୧୭୪ ଜଣ ଓ ଷ୍ଟେଟପୁଲରୁ ୭୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୦୩, ୧୯୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୮୬, ୯୧୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭୦୯୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।






More Stories
ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ…..
ରାଷ୍ଟ୍ରପତିଙ୍କ ଗସ୍ତ:୩୦ ପ୍ଲାଟୁନ ଫୋର୍ସ ମୁତୟନ…..
କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..