ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ନ୍ୟାସନାଲ ହେରାଲ୍ଡ ମାମଲାରେ ଜେରା ନିମନ୍ତେ ପାଇଁ କଂଗ୍ରେସ ପାର୍ଟିର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ପ୍ରବର୍ତ୍ତନ ନିର୍ଦେଶାଳୟ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି। ପୂର୍ବାହ୍ନ ୧୧ଟାରେ ପ୍ରବର୍ତ୍ତନ ନିର୍ଦେଶାଳୟ କାର୍ଯ୍ୟାଳୟରେ ହାଜର ହେବା ନିମନ୍ତେ ସୋନିଆ ଗାନ୍ଧୀ ଝିଅ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଏବଂ ପୁଅ ରାହୁଲ୍ ଗାନ୍ଧୀଙ୍କୁ ସାଥିରେ ନେଇ ଯାଇଥିଲେ। ଏହାକୁ ପ୍ରତିବାଦ କରି କଂଗ୍ରେସ କର୍ମୀମାନେ ଗୋଳମାଳିଆ ପରିସ୍ଥିତ ସୃଷ୍ଟି କରିବାର ଆଶଙ୍କା ଥିବାରୁ ପୁଲିସ କଂଗ୍ରେସ ମୁଖ୍ୟାଳୟ ବାହାରେ ବାରିକେଡ୍ ବସାଇଥିଲା। କିନ୍ତୁ, ଉତ୍ତ୍ୟକ୍ତ ପ୍ରତିବାଦକାରୀ କଂଗ୍ରେସ କର୍ମୀମାନେ ବାରିକେଡ୍ ଭାଙ୍ଗି ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ପୋଲିସ ମଧ୍ୟ ଶଶୀ ଥରୁରଙ୍କ ସମେତ ଅନେକ କଂଗ୍ରେସ ନେତାଙ୍କୁ ଅଟକ ରଖିଛି। ତେଣେ, ମିଳିତ ବିରୋଧୀ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଯଶବନ୍ତ ସିହ୍ନା ମଧ୍ୟ ସୋନିଆଙ୍କ ବିରୋଧରେ ପ୍ରବର୍ତ୍ତନ ନିର୍ଦେଶାଳୟ ଗ୍ରହଣ କରିଥିବା କାର୍ଯ୍ୟାନୁଷ୍ଠାନକୁ ତୀବ୍ର ନିନ୍ଦା କରିଛନ୍ତି। ଟୁଇଟ୍ କରି ସେ ଲେଖିଛନ୍ତି, ରାଜନେତାମାନଙ୍କୁ ଅପମାନିତ କରିବା ଲାଗି ‘ଇଡି’ର ମନୋଭାବକୁ ମୁଁ ତୀବ୍ର ନିନ୍ଦା କରୁଛି। ଯଦି ସୋନିଆ ଗାନ୍ଧୀଙ୍କୁ କିଛି ପଚାରିବା ପ୍ରୟୋଜନ ଥିଲା ତେବେ ‘ଇଡି’ର ଅଧିକାରୀମାନେ ତାଙ୍କ ବାସଭବନକୁ ଯିବା ଉଚିତ ଥିଲା।






More Stories
ରନ୍ଓ୍ବେରେ ପିଟିହେଲା ବିମାନ…..
ପୁଲୱାମା ଆକ୍ରମଣର ମାଷ୍ଟର ମାଇଣ୍ଡକୁ ହତ୍ୟା……
ମୋଦୀ ଡାକିଲେ ଜରୁରୀ ବୈଠକ…..