Report Card Odisha

| Daily Odia News

ସି.ବି.ଏସ୍‌.ଇ ଦ୍ୱାଦଶ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଅଭୁତପୂର୍ବ ସଫଳତା…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

କେନ୍ଦ୍ରୀୟ ଶିକ୍ଷାବୋର୍ଡ ଦ୍ୱାରା ପ୍ରକାଶିତ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗର ବିଜ୍ଞାନ ଏବଂ ବାଣିଜ୍ୟ ବିଭାଗରେ ପାସ୍ ହାର ୧୦୦ ପ୍ରତିଶତ ସହ ସମସ୍ତ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ଏଥି ସହ ସର୍ବାଧିକ ବ୍ୟକ୍ତିଗତ ପ୍ରତିଶତ ବିଜ୍ଞାନରେ ୯୭.୬୦ ଏବଂ ବାଣିଜ୍ୟରେ ୯୬.୬୦ ରହିଛି । ବିଜ୍ଞାନ ବିଭାଗରେ ୭୧ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୧୧.୨୬ ପ୍ରତିଶ୍‌ତ ଛାତ୍ରଛାତ୍ରୀ ୯୫ ପ୍ରତିଶତରୁ ଅଧିକ ନମ୍ବର, ୩୬.୬୧ ପ୍ରତିଶତ ଛାତ୍ରଛାତ୍ରୀ ୯୦ ପ୍ରତିଶତରୁ ଅଧିକ ତଥା ୮୩.୦୯ ପ୍ରତିଶତ ଛାତ୍ରଛାତ୍ରୀ ୮୦ ପ୍ରତିଶତରୁ ଅଧିକ, ୧୦୦ ପ୍ରତିଶତ ଛାତ୍ରଛାତ୍ରୀ ୭୦ ପ୍ରତିଶତରୁ ଅଧିକ ନମ୍ବର ରଖି କୃତକାର୍ଯ୍ୟ ହୋଇଛନ୍ତିି । ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବିଜ୍ଞାନରେ ଇପ୍‌ସିତା ପାତ୍ର ୯୭.୬୦ ପ୍ରତିଶତ ନମ୍ବର ରଖି ପ୍ରଥମ ସ୍ଥାନରେ, ସତ୍ୟମ ସ୍ମିତୋଦୟ ନାୟକ ୯୬.୮୦ ପ୍ରତିଶତ ରଖି ଦ୍ୱିତୀୟ ସ୍ଥାନରେ ଓ ଆଦ୍ୟାଶା ପ୍ରିୟଦର୍ଶିନୀ ଆଚାର୍ଯ୍ୟ ୯୬.୪୦ ପ୍ରତିଶତ ରଖି ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ସେହିଭଳି ବାଣିଜ୍ୟରେ ୨୩ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୬୯.୫୬ ପ୍ରତିଶତ ଛାତ୍ରଛାତ୍ରୀ ୮୦ ପ୍ରତିଶତରୁ ଉର୍ଦ୍ଧ୍ୱ, ୧୦୦ ପ୍ରତିଶତ ଛାତ୍ରଛାତ୍ରୀ ୬୦ ପ୍ରତିଶତ ରୁ ଉର୍ଦ୍ଧ୍ୱ ନମ୍ବର ରଖି ବିଦ୍ୟାଳୟ ପାଇଁ ଗୌରବ ଆଣିଦେଛନ୍ତି । ଲିପ୍‌ସିତା ସାହୁ ୯୬.୬୦ ପ୍ରତିଶତ ରଖି ପ୍ରଥମ ସ୍ଥାନ, ଶୁଭମ୍ ଶେଖର ଜେନା ୯୪.୮୦ ପ୍ରତିଶତ ରଖି ଦ୍ୱିତୀୟ ସ୍ଥାନ ଏବଂ ରଶ୍ମିପ୍ରଭା ଦାସ ୯୩.୮୦ ପ୍ରତିଶତ ରଖି ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ଚଳିତ ଶିକ୍ଷାବର୍ଷରେ ବିଦ୍ୟାଳୟର ବିଜ୍ଞାନ ବିଭାଗର ସାମଗ୍ରୀକ ହାର ୮୬.୭୪ ଏବଂ ବାଣିଜ୍ୟରେ ସାମଗ୍ରୀକ ହାର ୮୩.୧୨ ହୋଇଛି । ଏହି ସଫଳତା ନିମନ୍ତେ ବିଦ୍ୟାଳୟ ପରିଚାଳନା ସମିତିର ଅଧ୍ୟକ୍ଷ ଶ୍ରୀଯୁକ୍ତ ମଦନ ମୋହନ ପଣ୍ଡା, ଡି.ଏ.ଭି ବିଦ୍ୟାଳୟ ସମୂହ ଓଡ଼ିଶା ଜୋନ୍ – ୧ର ଆଞ୍ଚଳିକ ନିର୍ଦ୍ଦେଶକ ଡ. କେ.ସି. ଶତପଥୀ ଓ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ବିପିନ୍ କୁମାର ସାହୁ କୃତୀ ଛାତ୍ରଛାତ୍ରୀମାନଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି ।

 

Breaking News