ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ମୌସୁମୀ ଜନିତ ବର୍ଷା ଜାରି ରହିଛି। ତେବେ ଆଜି ରାଜ୍ୟର ୮ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ଓ ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନ ଦିଆଯାଇଛି। ଏସ୍ଆରସିଙ୍କ ସୂଚନା ଅନୁସାରେ, ରାଜ୍ୟରେ ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେ ଜିଲ୍ଲାଗୁଡ଼ିକ ହେଲା କନ୍ଧମାଳ, ନୟାଗଡ଼, ଢେଙ୍କାନାଳ, ଅନୁଗୋଳ, ସମ୍ବଳପୁର, ଦେବଗଡ଼ ଓ କେନ୍ଦୁଝର। ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟରେ ୨୬ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ୨୫ତାରିଖ ବେଳକୁ ବର୍ଷା ପରିମାଣ କମିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।






More Stories
ବେଆଇନ ନିଯୁକ୍ତି ନେଇ ତାଗିଦ…..
ନୂଆ ରୂପ ନେବ ରାଜ୍ୟର ସବୁ ବସ୍ଷ୍ଟାଣ୍ଡ…..
୧୦ ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟ୍ ମୋହର…..