ରିପୋର୍ଟ କାର୍ଡ / ଭୁବନେଶ୍ୱର
ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ ଗତ ଶନିବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ବାରା ଗିରଫ ହୋଇଥିଲେ ପଶ୍ଚିମବଙ୍ଗର ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପାର୍ଥ ଚାଟାର୍ଜୀ | ଏହା ପରେ ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା ଲାଗି ଆଜି ଏୟାର ଆମ୍ବୁଲାନ୍ସ ଯୋଗେ ଭୁବନେଶ୍ବର ଏମ୍ସକୁ ଅଣାଯାଇଛି। କଲିକତା ହାଇକୋର୍ଟ ରବିବାର ଦିନ ଏହି ନିର୍ଦ୍ଦେଶ ଦେବାପରେ ଇଡି ପକ୍ଷରୁ ତାଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯଇଛି । ସୂଚନାଯୋଗ୍ୟ, ଇଡି ଦ୍ବାରା ଗିରଫ ହେବା ପରେ ଅସୁସ୍ଥ ଅନୁଭବ କରିବାରୁ ପାର୍ଥଙ୍କୁ ରାଜ୍ୟ ସରକାରଙ୍କ ଏସଏସକେଏମ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ତାଙ୍କୁ ରାଜ୍ୟ ସରକାରଙ୍କ ହସ୍ପିଟାଲରେ ଭର୍ତ୍ତିକୁ ବିରୋଧ କରିଥିଲା ଇଡି। ଏସଏସକେଏମ୍ ହସ୍ପିଟାଲ ପରିବର୍ତ୍ତେ ତାଙ୍କୁ ସେନା ହସ୍ପିଟାଲକୁ ସ୍ଥାନାନ୍ତର କରିବା ଲାଗି ଇଡି ହାଇକୋର୍ଟରେ ଆବେଦନ କରିଥିଲା। ଉଭୟ ପକ୍ଷର ଯୁକ୍ତି ଶୁଣିବା ପରେ ପାର୍ଥଙ୍କୁ ଭୁବନେଶ୍ବର ଏମ୍ସକୁ ସୋମବାର ସକାଳେ ସ୍ଥାନାନ୍ତର କରିବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ।






More Stories
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ରବି ମିତ୍ତଲ…..
ରାମଲୀଲା ମୈଦାନରେ ଚାଷୀଙ୍କ ରଣହୁଙ୍କାର…..
ଇରାନ ଉପରେ ବଙ୍କର ବଷ୍ଟର ମାଡ଼ କଲା ଆମେରିକା…..