ରିପୋର୍ଟ କାର୍ଡ / ଭୁବନେଶ୍ବର
NDA ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କୁ ଭେଟିଲେ ବିଜେଡି ସାଂସଦ । ଗତ ସନ୍ଧ୍ୟାରେ ଧନକଡ଼ଙ୍କୁ ତାଙ୍କ ବାସଭବନରେ ବିଜେଡି ସାଂସଦ ଭେଟିଥିବା ସୂଚନା ମିଳିଛି । ଏହା ଏକ ସୌଜନ୍ୟମୂଳକ ସାକ୍ଷାତକାର ଥିଲା। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ସାଂସଦମାନେ ଉପରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଏହି ପଦ ପାଇଁ ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କୁ ଭେଟିଥିଲେ । ସାକ୍ଷାତକାର ପରେ ଜଗଦୀପ ଧନଖଡ଼ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଦେଇଛନ୍ତି । ଅଗଷ୍ଟ ୬ ରେ ଉପରାଷ୍ଟ୍ରପତି ନିର୍ବାଚନ ହେବ ଏବଂ ବିଜେଡି ଏନ.ଡି.ଏ.କୁ ନିଜର ସମର୍ଥନ ଦେଇଛି ।






More Stories
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,ବାତ୍ୟା ଆଶଙ୍କା…..
ପିଲାଙ୍କୁ ମିଳିବ ୟୁନିଫର୍ମ…..
ବସ୍ତି ବାସିନ୍ଦାଙ୍କୁ ମିଳିବ ଘର…..