ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୪ ଦିନିଆ ଦିଲ୍ଲୀ ଗସ୍ତ ସାରି ଓଡିଶା ଫେରିଛନ୍ତି । ଗତ ଶନିବାର ଠାରୁ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଯାଇଥିଲେ । ଦିଲ୍ଲୀ ଗସ୍ତ କାଳରେ ସୋମବାର ମୁଖ୍ୟମନ୍ତ୍ରୀ ନବ ନିର୍ବାଚିତ ରାଷ୍ଟ୍ରପତି ଦ୍ରୌଦୀ ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଓଡିଆ ଝିଅ ଦ୍ରୌଦୀ ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇ ସେ ଖୁବ୍ ଖୁସି। ଜଣେ ଓଡ଼ିଆ ଝିଅ ଦେଶର ପ୍ରଥମ ନାଗରିକ ହୋଇଛନ୍ତି । ଏହା ପ୍ରତ୍ୟେକଟି ଓଡ଼ିଆ ପାଇଁ ଖୁବ ଗର୍ବ ଓ ଗୌରବର ଦିନ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..