ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ନିଯୁକ୍ତି ପାଇଲେ ୬୮୯୧ ଶିକ୍ଷକ ଶିକ୍ଷୟିତ୍ରୀ। ଏହି ନବ ନିଯୁକ୍ତ ଶିକ୍ଷକଶିକ୍ଷୟିତ୍ରୀମାନଙ୍କୁ ଉଦବୋଧନ ଦେଇ ଶିକ୍ଷକତା ବୃତ୍ତିକୁ ଏକ ସଂକଳ୍ପ ଭାବେ ଗ୍ରହଣ କରିବାକୁ ପରାମର୍ଶ ଦେଇଛନ୍ତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ମୋଟ ୬ ହଜାର ୮୯୧ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ନିଯୁକ୍ତି ପାଇଛନ୍ତି । ଏମାନଙ୍କ ପାଇଁ ଗତକାଲି ଭୁବନେଶ୍ୱର କଳିଙ୍ଗ ଷ୍ଟା଼ଡିୟମରେ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତ ନବ ନିଯୁକ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସେହିଭଳି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ଯୋଗଦେଇ ପିଲାମାନଙ୍କ ଶୃଜନଶୀଳ ପ୍ରତିଭାର ବିକାଶ ଉପରେ ଗୁରୁତ୍ୱ ଦେବାକୁ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ। ସେହିପରି ଏହି କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ, ମୁଖ୍ୟ ଶାସନ ସଚିବ ଓ ସ୍କୁଲ ଓ ଗଣଶିକ୍ଷା ବିଭାଗର ସଚିବ ଓ ଫାଇଭ ଟି ସଚିବ ପ୍ରମୁଖ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଶିକ୍ଷଗତା କରି ମହାନ ବୃତ୍ତିରେ ଯୋଗ ଦେଇଥିବାରୁ ଆପଣମାନଙ୍କୁ ଶୁଭେଚ୍ଛା ଜଣାଉଛି। ରାଜ୍ୟରେ ୬ ହଜାର ୮୯୧ ଶିକ୍ଷକ-ଶିକ୍ଷୟିତ୍ରୀ ନିଯୁକ୍ତି ପାଇଲେ ଏହା ଖୁସିର କଥା।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..