ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ରଘୁନାଥପୁର ନିକଟରେ ବୃଦ୍ଧଙ୍କ ଉପରେ ମାଡ଼ିଗଲା ମୋ ବସ୍ । ଦୁର୍ଘଟଣାରେ ବୃଦ୍ଧ ଜଣଙ୍କ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବୃଦ୍ଧଙ୍କ ପରିଚୟ ମିଳି ନାହିଁ। ସେ ସ୍ଥାନୀୟ ଅଞ୍ଚଳର ବୋଲି ଜଣାଯାଇଛି। ସୂଚନା ଅନୁସାରେ-ଆଜି ସକାଳେ ବୃଦ୍ଧ ଜଣଙ୍କ ରାସ୍ତାରେ ଯାଉଥିବା ସମୟରେ ମୋ ବସ୍ଟି ବୃଦ୍ଧଙ୍କୁ ଧକ୍କା ଦେଇଥିଲା। ପରେ ବସ୍ଟି ସେଠାରୁ ଖସିଯିବାକୁ ଉଦ୍ୟମ କରିଥିଲା। ଏହି ସମୟରେ ସ୍ଥାନୀୟ ଲୋକ ବସ୍ଟିକୁ ଅଟକାଇ ପୋଲିସ କୁ ସୂଚନା ଦେଇଥିଲେ। ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ମୋ ବସ୍ ବେପାରୁ ଭାବେ ଗାଡ଼ି ଚଳାଇ ଯୋଗୁ ଏପରି ଦୁର୍ଘଟଣା ଘଟିଥିବା ସ୍ଥାନୀୟ ଲୋକ ଅଭିଯୋଗ କରିଥିଲେ। କ୍ଷତି ପୂରଣ ଦାବିରେ ୧ ଘଣ୍ଟା ଧରି ମୋ ବସ୍କୁ ଅଟକାଇ ରଖିଥିଲେ। ଉତ୍ତେଜନା ଯୋଗୁ ଯାତାୟତରେ ବାଧାପ୍ରାପ୍ତ ହୋଇଥିଲା। ଉଭୟ ପାର୍ଶ୍ୱରେ ଗାଡ଼ିମଟର ଅଟକି ରହିଥିଲା। ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ଯାତାୟତ ସ୍ୱାଭାବିକ ହୋଇଥିଲା। ପୋଲିସ ଘଟଣାର ତଦନ୍ତ କରୁଛି।






More Stories
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଭାରତ ବନ୍ଦରେ ୩୦କୋଟି ଶ୍ରମିକ ସାମିଲ…..
ଭଡ଼ାଘର ଦେବେ ସରକାର…..