ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଆସନ୍ତାକାଲି ସଂଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ ଗୃହମନ୍ତ୍ରୀ । ପରେ ୮ ତାରିଖ ସକାଳେ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବେ ବୋଲି ସୂଚନା ମିଳିଛି । ସେଠାରୁ କଟକ ଯାଇ ନେତାଜୀଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବେ ଅମିତ ଶାହା । ପରେ ପରେ ଦୈନିକ ଖବର କାଗଜ ‘ପ୍ରଜାତନ୍ତ୍ର’ର ସ୍ୱନକ୍ଷତ୍ର ଦିବସରେ ଶାହା ଯୋଗଦେବେ । ସେଠାରୁ ଫେରିବା ପରେ ଭୁବନେଶ୍ୱର ଦଳୀୟ କାର୍ଯ୍ୟାଳୟରେ ଯୋଗ ଦେବେ । ଏନେଇ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ଶାହାଙ୍କ ଗସ୍ତ ସୂଚୀ ଉପରେ ସୂଚନା ଦେଇଛନ୍ତି ।






More Stories
ପ୍ରବଳ ବର୍ଷାର ସମ୍ଭାବନା…..
ଆଉ ଜଣେ IPS ଦେଲେ ଇସ୍ତଫା…..
କ୍ରାଇମ ବ୍ରାଞ୍ଚରେ ଏଫ୍ଆଇଆର୍ ହେବ:ମୁଖ୍ୟମନ୍ତ୍ରୀ…..