ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜଗଦୀପ ଧନଖଡ଼ ଦେଶର ଉପ-ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଛନ୍ତି।ଏନ୍ଡିଏରୁ ପ୍ରାର୍ଥୀ ହୋଇଥିବା ଶ୍ରୀ ଧନଖଡ଼ ମିଳିତ ବିରୋଧୀ ପ୍ରାର୍ଥୀ ମାର୍ଗାରେଟ ଆଲଭାଙ୍କୁ ପରାସ୍ତ କରିଛନ୍ତି।ଆଜି ଲୋକସଭା ଓ ରାଜ୍ୟସଭାର ସଦସ୍ୟ ମିଶି ମୋଟ ୭୨୫ ସାଂସଦ ନିଜର ମତ ସାବ୍ୟସ୍ତ କରିଥିଲେ। ଭୋଟ ଗ୍ରହଣ ପରେ ଗଣତି କରାଯାଇ ଫଳ ପ୍ରକାଶ ପାଇଛି। ଜଗଦୀପ ଧନଖଡ଼ଙ୍କୁ ୫୨୮ ଖଣ୍ଡ ଭୋଟ୍ ମିଳିଥିବା ବେଳେ ଆଲଭାଙ୍କୁ ମାତ୍ର ୧୮୨ ଖଣ୍ଡ ଭୋଟ୍ ପାଇଛନ୍ତି। ୧୫ଟି ଭୋଟ୍ ନାକଚ ହୋଇଯାଇଥିବା ସୂଚନା ମିଳିଛି। ଅଗଷ୍ଟ ୧୧ ତାରିଖରେ ନୂଆ ଉପରାଷ୍ଟ୍ରପତି ଶପଥ ଗ୍ରହଣ କରିବେ। ଉପରାଷ୍ଟ୍ରପତି ଏମ ଭେଙ୍କୟା ନାଇଡୁଙ୍କ କାର୍ଯ୍ୟକାଳ ଆସନ୍ତା ୧୦ ତାରିଖରେ ଶେଷ ହେଉଛି ।
More Stories
ଅନିଲଙ୍କ ସମ୍ପତ୍ତି ବାଜ୍ୟାପ୍ତ କଲା ED, ରହିଛି ଭୁବନେଶ୍ୱର ଲିଙ୍କ୍…..
ତୁରନ୍ତ ରୋକନ୍ତୁ ଏସଆଇଆର୍…..
ଶପଥ ସମାରୋହରେ ଗାମୁଛା ଉଡ଼ାଇଲେ ମୋଦି…..