ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାତାରାତି ନିଷ୍ପତ୍ତି ବଦଳାଇଲା ଗଣ ଶିକ୍ଷା ବିଭାଗ। ଛାତ୍ରଛାତ୍ରୀ ସ୍ୱାଧୀନତା ଦିବସ ଉତ୍ସବରେ ସାମିଲ ହୋଇପାରିବେ | ଗତକାଲି ଛାତ୍ରଛାତ୍ରୀଙ୍କ ବିନା ସ୍କୁଲରେ ସ୍ୱାଧୀନତା ଦିବସ ପାଳନ ହେବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଥିଲା | ଗଣ ଶିକ୍ଷା ବିଭାଗ ମନ୍ତ୍ରୀ ସମୀର ଦାସଙ୍କ ସୂଚନା ଅନୁଯାୟୀ, ଚଳିତ ବର୍ଷ ସ୍ୱାଧୀନତା ଦିବସ ଅବସରରେ ଶିକ୍ଷାନୁଷ୍ଠାନରେ ହେବାକୁ ଥିବା ଉତ୍ସବରେ ସାମିଲ ହେବେ ଛାତ୍ରଛାତ୍ରୀ। ମାତ୍ର ଏହି ସମୟରେ କୋଭିଡ ଗାଇଡଲାଇନ୍ କଡ଼ାକଡ଼ି ପାଳନ ହେବ। ବିଦ୍ୟାଳୟର ପ୍ରଧାନଶିକ୍ଷକ, ପ୍ରଧାନଶିକ୍ଷୟିତ୍ରୀ ଏହାର ତଦାରଖ କରିବେ। ଏହି ଘୋଷଣା ପରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖିବାକୁ ମିଳିଛି।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..